ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ

ରେକର୍ଡଗୁଡିକ

ହିତୋପଦେଶ ଅଧ୍ୟାୟ 31

1 ଲମୂୟେଲ ରାଜାର କଥା; ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି । 2 ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି? 3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ । 4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ । 5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। 6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ । 7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ । 8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ । 9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର। 10 ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ । 11 ତାହାର ସ୍ଵାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି ତାହାର ଲାଭର ଅଭାବ ହୁଏ ନାହିଁ । 12 ସେ ଜୀବନଯାଏ ସ୍ଵାମୀର କ୍ଷତି ନ କରି ମଙ୍ଗଳ କରେ । 13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ । 14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ । 15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ । 16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ । 17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ । 18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ । 19 ସେ ଚରଖାକୁ ହାତ ବଢ଼ାଏ, ପୁଣି ତାହାର ହସ୍ତ ତାକୁଡ଼ି ଧରେ । 20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ । 21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି । 22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ । 23 ତାହାର ସ୍ଵାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ଵାରରେ ବସିବା ବେଳେ ଚିହ୍ନାଯାଏ । 24 ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ । 25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ଵରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ । 26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ଵାରେ ଦୟାର ବ୍ୟବସ୍ଥା ଥାଏ । 27 ସେ ଆପଣା ପରିବାରର ଆଚରଣରେ ମନୋ-ଯୋଗ କରେ, ପୁଣି ଆଳସ୍ୟର ଆହାର ଖାଏ ନାହିଁ । 28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ଵାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ; 29 ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ । 30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ । 31 ତାହାର ହାତର ଫଳ ତାହାକୁ ଦିଅ, ପୁଣି ତାହାର ନିଜ କର୍ମ ନଗର-ଦ୍ଵାରରେ ତାହାର ପ୍ରଶଂସା କରୁ ।
1. ଲମୂୟେଲ ରାଜାର କଥା; ଅର୍ଥାତ୍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି । 2. ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି? 3. ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ । 4. ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ । 5. ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ। 6. ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ । 7. ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ । 8. ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ । 9. ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର। 10. ଗୁଣବତୀ ସ୍ତ୍ରୀ କିଏ ପାଇପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ । 11. ତାହାର ସ୍ଵାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି ତାହାର ଲାଭର ଅଭାବ ହୁଏ ନାହିଁ । 12. ସେ ଜୀବନଯାଏ ସ୍ଵାମୀର କ୍ଷତି ନ କରି ମଙ୍ଗଳ କରେ । 13. ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ । 14. ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ । 15. ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ । 16. ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ । 17. ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ । 18. ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ । 19. ସେ ଚରଖାକୁ ହାତ ବଢ଼ାଏ, ପୁଣି ତାହାର ହସ୍ତ ତାକୁଡ଼ି ଧରେ । 20. ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ । 21. ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି । 22. ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ । 23. ତାହାର ସ୍ଵାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ଵାରରେ ବସିବା ବେଳେ ଚିହ୍ନାଯାଏ । 24. ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ । 25. ବଳ ଓ ଶୋଭା ତାହାର ବସ୍ତ୍ର ସ୍ଵରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ । 26. ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ଵାରେ ଦୟାର ବ୍ୟବସ୍ଥା ଥାଏ । 27. ସେ ଆପଣା ପରିବାରର ଆଚରଣରେ ମନୋ-ଯୋଗ କରେ, ପୁଣି ଆଳସ୍ୟର ଆହାର ଖାଏ ନାହିଁ । 28. ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ଵାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ; 29. ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ । 30. ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ । 31. ତାହାର ହାତର ଫଳ ତାହାକୁ ଦିଅ, ପୁଣି ତାହାର ନିଜ କର୍ମ ନଗର-ଦ୍ଵାରରେ ତାହାର ପ୍ରଶଂସା କରୁ ।
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References