ଓଡିଆ ବାଇବଲ |
GNTERP
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ରାଜାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
11
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
ରେକର୍ଡଗୁଡିକ
ପ୍ରଥମ ରାଜାବଳୀ 11:0 (04 05 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ରାଜାବଳୀ ଅଧ୍ୟାୟ 11
1
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
2
ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ ।
3
ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ ।
4
କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା ।
5
ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍କମର ପଶ୍ଚାତ୍ଗାମୀ ହେଲେ ।
6
ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ ।
7
ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ ।
8
ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ ।
9
ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
10
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ ।
11
ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, ତୁମ୍ଭ ଦ୍ଵାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା ।
12
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା ।
13
ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା⇧ ।
14
ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲା ।
15
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
16
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେଣ;
17
ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା ।
18
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା ।
19
ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା;
20
ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା ।
21
ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି ।
22
ତହିଁରେ ଫାରୋ ତାହାକୁ କହିଲା, ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ଵଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ? ଏଥିରେ ସେ ଉତ୍ତର କଲା, କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ ।
23
ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
24
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ ।
25
ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା ।
26
ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା ।
27
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ ।
28
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ ।
29
ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ ।
30
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ତ କରି ଚିରିଲା ।
31
ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା ।
32
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ ।
33
ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି ।
34
ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
35
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା ।
36
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା ।
37
ପୁଣି ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ ।
38
ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା ।
39
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ ।
40
ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ ।
41
ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
42
ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ ।
43
ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ 11
1. ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ; 2. ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ । 3. ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ । 4. କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା । 5. ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍କମର ପଶ୍ଚାତ୍ଗାମୀ ହେଲେ । 6. ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ । 7. ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ । 8. ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ । 9. ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ 10. ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ । 11. ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, ତୁମ୍ଭ ଦ୍ଵାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା । 12. ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା । 13. ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା⇧ । 14. ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲା । 15. ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା; 16. ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେଣ; 17. ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା । 18. ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା । 19. ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା; 20. ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା । 21. ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି । 22. ତହିଁରେ ଫାରୋ ତାହାକୁ କହିଲା, ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ଵଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ? ଏଥିରେ ସେ ଉତ୍ତର କଲା, କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ । 23. ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା; 24. ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ । 25. ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା । 26. ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା । 27. ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ । 28. ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ । 29. ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ । 30. ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ତ କରି ଚିରିଲା । 31. ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା । 32. ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ । 33. ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି । 34. ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା; 35. ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା । 36. ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା । 37. ପୁଣି ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ । 38. ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା । 39. ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ । 40. ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ । 41. ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତକର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ? 42. ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ । 43. ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ ।
ପ୍ରଥମ ରାଜାବଳୀ ଅଧ୍ୟାୟ 1
ପ୍ରଥମ ରାଜାବଳୀ ଅଧ୍ୟାୟ 2
ପ୍ରଥମ ରାଜାବଳୀ ଅଧ୍ୟାୟ 3
ପ୍ରଥମ ରାଜାବଳୀ ଅଧ୍ୟାୟ 4
ପ୍ରଥମ ରାଜାବଳୀ ଅଧ୍ୟାୟ 5
ପ୍ରଥମ ରାଜାବଳୀ ଅଧ୍ୟାୟ 6
ପ୍ରଥମ ରାଜାବଳୀ ଅଧ୍ୟାୟ 7
ପ୍ରଥମ ରାଜାବଳୀ ଅଧ୍ୟାୟ 8
ପ୍ରଥମ ରାଜାବଳୀ ଅଧ୍ୟାୟ 9
ପ୍ରଥମ ରାଜାବଳୀ ଅଧ୍ୟାୟ 10
ପ୍ରଥମ ରାଜାବଳୀ ଅଧ୍ୟାୟ 11
ପ୍ରଥମ ରାଜାବଳୀ ଅଧ୍ୟାୟ 12
ପ୍ରଥମ ରାଜାବଳୀ ଅଧ୍ୟାୟ 13
ପ୍ରଥମ ରାଜାବଳୀ ଅଧ୍ୟାୟ 14
ପ୍ରଥମ ରାଜାବଳୀ ଅଧ୍ୟାୟ 15
ପ୍ରଥମ ରାଜାବଳୀ ଅଧ୍ୟାୟ 16
ପ୍ରଥମ ରାଜାବଳୀ ଅଧ୍ୟାୟ 17
ପ୍ରଥମ ରାଜାବଳୀ ଅଧ୍ୟାୟ 18
ପ୍ରଥମ ରାଜାବଳୀ ଅଧ୍ୟାୟ 19
ପ୍ରଥମ ରାଜାବଳୀ ଅଧ୍ୟାୟ 20
ପ୍ରଥମ ରାଜାବଳୀ ଅଧ୍ୟାୟ 21
ପ୍ରଥମ ରାଜାବଳୀ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References