ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 3

1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ, 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, 3 ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ତ, ଉତ୍ତମ ବିଷୟର ଘୃଣାକାରୀ, 4 ବିଶ୍ଵାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ଵରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; 5 ସେମାନେ ଭକ୍ତିର ଭେଖ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ଵୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ । 6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରା; ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; 7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ । 8 ଆଉ ଯେପରି ଯନ୍ନୀସ୍ ଓ ଯମ୍ଵ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି; ଏମାନେ ଭ୍ରଷ୍ଟମନା ହୋଇ ବିଶ୍ଵାସ ସମ୍ଵନ୍ଧରେ ପ୍ରମାଣସିଦ୍ଧ ନୁହନ୍ତି । 9 କିନ୍ତୁ ସେମାନେ ଆଉ ଅଧିକ ଅଗ୍ରସର ହେବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂଢ଼ପଣ ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ସୁସ୍ପଷ୍ଟ ହେବ । 10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାରବ୍ୟବହାର, ସଂକଳ୍ପ, ବିଶ୍ଵାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ; 11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋʼ ପ୍ରତି ସେପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ, 12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ । 13 କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ । 14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ । 16 ସମସ୍ତ ଶାସ୍ତ୍ର ଈଶ୍ଵର ନିଶ୍ଵସିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ଵନ୍ଧୀୟ ଶାସନ ନିମନ୍ତେ ଉପକାରୀ, 17 ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।
1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ, .::. 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, .::. 3 ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ତ, ଉତ୍ତମ ବିଷୟର ଘୃଣାକାରୀ, .::. 4 ବିଶ୍ଵାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ଵରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; .::. 5 ସେମାନେ ଭକ୍ତିର ଭେଖ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ଵୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ । .::. 6 କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରା; ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି; .::. 7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ । .::. 8 ଆଉ ଯେପରି ଯନ୍ନୀସ୍ ଓ ଯମ୍ଵ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି; ଏମାନେ ଭ୍ରଷ୍ଟମନା ହୋଇ ବିଶ୍ଵାସ ସମ୍ଵନ୍ଧରେ ପ୍ରମାଣସିଦ୍ଧ ନୁହନ୍ତି । .::. 9 କିନ୍ତୁ ସେମାନେ ଆଉ ଅଧିକ ଅଗ୍ରସର ହେବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂଢ଼ପଣ ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ସୁସ୍ପଷ୍ଟ ହେବ । .::. 10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାରବ୍ୟବହାର, ସଂକଳ୍ପ, ବିଶ୍ଵାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ; .::. 11 ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋʼ ପ୍ରତି ସେପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ, .::. 12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ । .::. 13 କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ । .::. 14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; .::. 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ । .::. 16 ସମସ୍ତ ଶାସ୍ତ୍ର ଈଶ୍ଵର ନିଶ୍ଵସିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ଵନ୍ଧୀୟ ଶାସନ ନିମନ୍ତେ ଉପକାରୀ, .::. 17 ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ । .::.
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 1  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 2  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 3  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 4  
×

Alert

×

Oriya Letters Keypad References