ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 18

1 ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ଵଜ୍ଞାନ ବିରୁଦ୍ଧରେ କନ୍ଦଳ କରେ । 2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ । 3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି ଅପମାନ ସଙ୍ଗେ ଦୁର୍ନାମ ଆସେ । 4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ । 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ । 6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି ତାହାର ମୁଖ ମାଡ଼ ଖାଇବାକୁ ଡାକେ । 7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ଵରୂପ । 8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ । 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ । 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକି ପଳାଇ ରକ୍ଷା ପାଏ । 11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ଵରୂପ । 12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ । 13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା । 14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ? 15 ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ । 16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ । 17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ । 18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନ-ମାନଙ୍କୁ ପୃଥକ କରେ । 19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ଵରୂପ । 20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ । 21 ମରଣ ଓ ଜୀବନ ଜିହ୍ଵାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ । 22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ । 23 ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ । 24 ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି ।
1 ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ଵଜ୍ଞାନ ବିରୁଦ୍ଧରେ କନ୍ଦଳ କରେ । .::. 2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ । .::. 3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି ଅପମାନ ସଙ୍ଗେ ଦୁର୍ନାମ ଆସେ । .::. 4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ । .::. 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ । .::. 6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି ତାହାର ମୁଖ ମାଡ଼ ଖାଇବାକୁ ଡାକେ । .::. 7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ଵରୂପ । .::. 8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ । .::. 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ । .::. 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକି ପଳାଇ ରକ୍ଷା ପାଏ । .::. 11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ଵରୂପ । .::. 12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ । .::. 13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା । .::. 14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ? .::. 15 ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ । .::. 16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ । .::. 17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ । .::. 18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନ-ମାନଙ୍କୁ ପୃଥକ କରେ । .::. 19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ଵରୂପ । .::. 20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ । .::. 21 ମରଣ ଓ ଜୀବନ ଜିହ୍ଵାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ । .::. 22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ । .::. 23 ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ । .::. 24 ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References