ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ

ରେକର୍ଡଗୁଡିକ

ଯିହିଜିକଲ ଅଧ୍ୟାୟ 47

1 ଅନନ୍ତର ସେ ମୋତେ ଫେରାଇ ଗୃହର ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ- ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ଵ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା । 2 ତେବେ ସେ ମୋତେ ଉତ୍ତର ଦ୍ଵାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ବାହାର ଦ୍ଵାରକୁ ନେଇ ଗଲେ; ଆଉ ଦେଖ, ସେସ୍ଥାନରେ ଦକ୍ଷିଣ ପାର୍ଶ୍ଵରେ ଜଳ ବହୁଥିଲା । 3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକି ହେଲା । 4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା । ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା । 5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା । 6 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ । 7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା । 8 ତହିଁରେ ସେ ମୋତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ । 9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ । 10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ଵ ସ୍ଵ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ । 11 ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେସବୁ ଲବଣ ପାଇଁ ସମର୍ପିତ ହେବ । 12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ହେତୁରୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ । 13 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଇସ୍ରାଏଲ-ବଂଶର ଦ୍ଵାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ । 14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ । 15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ; 16 ହମାତ୍, ବରୋଥା, ଦାମାସ୍କସ୍ର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍ । 17 ପୁଣି, ସମୁଦ୍ରଠାରୁ ସୀମା ଦାମାସ୍କସ୍ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା । ଏହା ଉତ୍ତର ସୀମା । 18 ଆଉ, ପୂର୍ବ ଦିଗରେ ହୌରଣ, ଦାମାସ୍କସ୍ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ । ଏହା ପୂର୍ବ ସୀମା । 19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ । ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା । 20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ । ଏହା ପଶ୍ଚିମ ସୀମା । 21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ । 22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ । 23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
1. ଅନନ୍ତର ସେ ମୋତେ ଫେରାଇ ଗୃହର ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ- ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ଵ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା । 2. ତେବେ ସେ ମୋତେ ଉତ୍ତର ଦ୍ଵାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ବାହାର ଦ୍ଵାରକୁ ନେଇ ଗଲେ; ଆଉ ଦେଖ, ସେସ୍ଥାନରେ ଦକ୍ଷିଣ ପାର୍ଶ୍ଵରେ ଜଳ ବହୁଥିଲା । 3. ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକି ହେଲା । 4. ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ଆଣ୍ଠୁ ସରିକି ହେଲା । ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟ ଦେଇ ମୋତେ ଗମନ କରାଇଲେ, ଜଳ କଟି ସରିକି ହେଲା । 5. ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟ ଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା । 6. ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ । 7. ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା । 8. ତହିଁରେ ସେ ମୋତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ । 9. ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ । 10. ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ଵ ସ୍ଵ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ । 11. ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେସବୁ ଲବଣ ପାଇଁ ସମର୍ପିତ ହେବ । 12. ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ହେତୁରୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ । 13. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଇସ୍ରାଏଲ-ବଂଶର ଦ୍ଵାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ । 14. ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ । 15. ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ; 16. ହମାତ୍, ବରୋଥା, ଦାମାସ୍କସ୍ର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍ । 17. ପୁଣି, ସମୁଦ୍ରଠାରୁ ସୀମା ଦାମାସ୍କସ୍ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା । ଏହା ଉତ୍ତର ସୀମା । 18. ଆଉ, ପୂର୍ବ ଦିଗରେ ହୌରଣ, ଦାମାସ୍କସ୍ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ । ଏହା ପୂର୍ବ ସୀମା । 19. ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ । ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା । 20. ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ । ଏହା ପଶ୍ଚିମ ସୀମା । 21. ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ । 22. ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ । 23. ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References