ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ

ଯିଶାଇୟ ଅଧ୍ୟାୟ 11

1 ଅନନ୍ତର ଯିଶୟର ଗଣ୍ତିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ।; 2 ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ; 3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣର ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, 4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ । 5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ଵସ୍ତତା ତାହାଙ୍କ କକ୍ଷର ପଟୁକା ହେବ । 6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ । 7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ । 8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ । 9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ । 10 ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ଵଜା ରୂପେ ସ୍ଥାପିତ⇧ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ଵିତ ହେବ । 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକ-ମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମରୁ, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ଵୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ଵିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ । 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ । 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ । 14 ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟ-ମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ । 15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ । 16 ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ ।
1. ଅନନ୍ତର ଯିଶୟର ଗଣ୍ତିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ।; 2. ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ; 3. ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣର ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, 4. ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ । 5. ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ଵସ୍ତତା ତାହାଙ୍କ କକ୍ଷର ପଟୁକା ହେବ । 6. ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ । 7. ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ । 8. ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ । 9. ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ । 10. ଆଉ, ସେଦିନରେ ଗୋଷ୍ଠୀଗଣର ଧ୍ଵଜା ରୂପେ ସ୍ଥାପିତ⇧ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ଵିତ ହେବ । 11. ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକ-ମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମରୁ, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ଵୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ଵିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ । 12. ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ । 13. ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଳେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଳେଶ ଦେବ ନାହିଁ । 14. ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟ-ମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ । 15. ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ । 16. ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ ।
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References