ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 22

1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ଵର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, ହେ ଅବ୍ରହାମ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି । 2 ସେତେବେଳେ ସେ କହିଲେ, ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ଵିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର । 3 ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍‍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ଵରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ । 4 ଅନନ୍ତର ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ । 5 ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା । 6 ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି ଦୁହେଁ ଏକତ୍ର ଚାଲିଗଲେ । 7 ଆଉ ଇସ୍‍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, ହେ ମୋହର ପିତଃ । ତହିଁରେ ସେ ଉତ୍ତର କଲେ, ପୁତ୍ର, ଦେଖ, ମୁଁ ଏଠାରେ । ସେତେବେଳେ ସେ ପଚାରିଲା, ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ? 8 ତହିଁରେ ଅବ୍ରହାମ କହିଲେ, ପୁତ୍ର, ପରମେଶ୍ଵର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ । ତହୁଁ ଦୁହେଁ ଏକତ୍ର ଚାଲିଗଲେ । 9 ଆଉ ପରମେଶ୍ଵରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦୀ ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ । 10 ଅନନ୍ତର ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ । 11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ । 12 ତହିଁରେ ସେ କହିଲେ, ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ଵରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ । 13 ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ । 14 ପୁଣି ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି (ସଦାପ୍ରଭୁ ଯୋଗାଇବେ) ରଖିଲେ । ଏଣୁକରି ଆଜିଯାଏ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ । 15 ଆଉ ସଦାପ୍ରଭୁଙ୍କ ଦୂତ ଦ୍ଵିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ, 16 ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ; 17 ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ଵାର ଅଧିକାର କରିବେ । 18 ପୁଣି ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ । 19 ଅନନ୍ତର ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ । 20 ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ଵାଦ ଦିଆଗଲା, ଶୁଣ, ମିଲ୍‍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି । 21 ତାହାର ଜ୍ୟେଷ୍ଠ ପୁତ୍ର ଊଷ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ, 22 ପୁଣି କେଷଦ୍ ଓ ହସୋ ଓ ପିଲଦଶ୍ ଓ ଯିଦ୍ଲଫ୍ ଓ ବଥୂୟେଲ । 23 ସେହି ବଥୂୟେଲର କନ୍ୟା ରିବିକା । ମିଲ୍‍କା ଏହି ଆଠଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା । 24 ପୁଣି ନାହୋରର ରୂମା ନାମ୍ନୀ ଉପପନିୀଠାରୁ ଟେବହ ଓ ଗହମ୍ ଓ ତହଶ୍ ଓ ମାଖା, ଏମାନେ ଜାତ ହେଲେ ।
1. ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ଵର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, ହେ ଅବ୍ରହାମ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି । 2. ସେତେବେଳେ ସେ କହିଲେ, ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ଵିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର । 3. ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍‍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ଵରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ । 4. ଅନନ୍ତର ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ । 5. ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା । 6. ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି ଦୁହେଁ ଏକତ୍ର ଚାଲିଗଲେ । 7. ଆଉ ଇସ୍‍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, ହେ ମୋହର ପିତଃ । ତହିଁରେ ସେ ଉତ୍ତର କଲେ, ପୁତ୍ର, ଦେଖ, ମୁଁ ଏଠାରେ । ସେତେବେଳେ ସେ ପଚାରିଲା, ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ? 8. ତହିଁରେ ଅବ୍ରହାମ କହିଲେ, ପୁତ୍ର, ପରମେଶ୍ଵର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ । ତହୁଁ ଦୁହେଁ ଏକତ୍ର ଚାଲିଗଲେ । 9. ଆଉ ପରମେଶ୍ଵରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦୀ ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ । 10. ଅନନ୍ତର ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ । 11. ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ । 12. ତହିଁରେ ସେ କହିଲେ, ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ଵରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ । 13. ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ । 14. ପୁଣି ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି (ସଦାପ୍ରଭୁ ଯୋଗାଇବେ) ରଖିଲେ । ଏଣୁକରି ଆଜିଯାଏ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ । 15. ଆଉ ସଦାପ୍ରଭୁଙ୍କ ଦୂତ ଦ୍ଵିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ, 16. ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ; 17. ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ଵାର ଅଧିକାର କରିବେ । 18. ପୁଣି ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ । 19. ଅନନ୍ତର ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ । 20. ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ଵାଦ ଦିଆଗଲା, ଶୁଣ, ମିଲ୍‍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି । 21. ତାହାର ଜ୍ୟେଷ୍ଠ ପୁତ୍ର ଊଷ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ, 22. ପୁଣି କେଷଦ୍ ଓ ହସୋ ଓ ପିଲଦଶ୍ ଓ ଯିଦ୍ଲଫ୍ ଓ ବଥୂୟେଲ । 23. ସେହି ବଥୂୟେଲର କନ୍ୟା ରିବିକା । ମିଲ୍‍କା ଏହି ଆଠଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା । 24. ପୁଣି ନାହୋରର ରୂମା ନାମ୍ନୀ ଉପପନିୀଠାରୁ ଟେବହ ଓ ଗହମ୍ ଓ ତହଶ୍ ଓ ମାଖା, ଏମାନେ ଜାତ ହେଲେ ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References