ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗଣନା ପୁସ୍ତକ

ରେକର୍ଡଗୁଡିକ

ଗଣନା ପୁସ୍ତକ ଅଧ୍ୟାୟ 13

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ । 3 ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ । 4 ସେମାନଙ୍କର ନାମ ଏହି - ରୁବେନ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ; 5 ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ; 6 ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ; 7 ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ; 8 ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ; 9 ବିନ୍ୟାମିନ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି; 10 ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ; 11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି; 12 ଦାନ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ; 13 ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର; 14 ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି; 15 ଗାଦ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ । 16 ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ । 17 ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର; 18 ପୁଣି ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; 19 ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; 20 ପୁଣି ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ । ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ । ସେହି ସମୟରେ ପ୍ରଥମ ପକ୍ଵ ଦ୍ରାକ୍ଷାଫଳର ସମୟ ଥିଲା । 21 ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ । 22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍ ଓ ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ । ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା । 23 ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ତା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ଵ ଓ ଡିମିରି ଫଳ ମଧ୍ୟ ଆଣିଲେ । 24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା । 25 ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ । 26 ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ । 27 ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ । 28 ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ । 29 ଦକ୍ଷିଣ ଦେଶରେ ଅମାଲେକ ବାସ କରେ; ପୁଣି ପର୍ବତରେ ହିତ୍ତୀୟ ଓ ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି। 30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି । 31 ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କ-ଠାରୁ ବଳବାନ । 32 ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା । 33 ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ ।
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2. ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ । 3. ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ । 4. ସେମାନଙ୍କର ନାମ ଏହି - ରୁବେନ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ; 5. ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ; 6. ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ; 7. ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ; 8. ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ; 9. ବିନ୍ୟାମିନ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି; 10. ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ; 11. ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି; 12. ଦାନ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ; 13. ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର; 14. ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି; 15. ଗାଦ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ । 16. ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ । 17. ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର; 18. ପୁଣି ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; 19. ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; 20. ପୁଣି ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ । ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ । ସେହି ସମୟରେ ପ୍ରଥମ ପକ୍ଵ ଦ୍ରାକ୍ଷାଫଳର ସମୟ ଥିଲା । 21. ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ । 22. ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍ ଓ ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ । ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା । 23. ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ତା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ଵ ଓ ଡିମିରି ଫଳ ମଧ୍ୟ ଆଣିଲେ । 24. ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା । 25. ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ । 26. ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ । 27. ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ । 28. ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ । 29. ଦକ୍ଷିଣ ଦେଶରେ ଅମାଲେକ ବାସ କରେ; ପୁଣି ପର୍ବତରେ ହିତ୍ତୀୟ ଓ ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି। 30. ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି । 31. ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କ-ଠାରୁ ବଳବାନ । 32. ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା । 33. ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ ।
  • ଗଣନା ପୁସ୍ତକ ଅଧ୍ୟାୟ 1  
  • ଗଣନା ପୁସ୍ତକ ଅଧ୍ୟାୟ 2  
  • ଗଣନା ପୁସ୍ତକ ଅଧ୍ୟାୟ 3  
  • ଗଣନା ପୁସ୍ତକ ଅଧ୍ୟାୟ 4  
  • ଗଣନା ପୁସ୍ତକ ଅଧ୍ୟାୟ 5  
  • ଗଣନା ପୁସ୍ତକ ଅଧ୍ୟାୟ 6  
  • ଗଣନା ପୁସ୍ତକ ଅଧ୍ୟାୟ 7  
  • ଗଣନା ପୁସ୍ତକ ଅଧ୍ୟାୟ 8  
  • ଗଣନା ପୁସ୍ତକ ଅଧ୍ୟାୟ 9  
  • ଗଣନା ପୁସ୍ତକ ଅଧ୍ୟାୟ 10  
  • ଗଣନା ପୁସ୍ତକ ଅଧ୍ୟାୟ 11  
  • ଗଣନା ପୁସ୍ତକ ଅଧ୍ୟାୟ 12  
  • ଗଣନା ପୁସ୍ତକ ଅଧ୍ୟାୟ 13  
  • ଗଣନା ପୁସ୍ତକ ଅଧ୍ୟାୟ 14  
  • ଗଣନା ପୁସ୍ତକ ଅଧ୍ୟାୟ 15  
  • ଗଣନା ପୁସ୍ତକ ଅଧ୍ୟାୟ 16  
  • ଗଣନା ପୁସ୍ତକ ଅଧ୍ୟାୟ 17  
  • ଗଣନା ପୁସ୍ତକ ଅଧ୍ୟାୟ 18  
  • ଗଣନା ପୁସ୍ତକ ଅଧ୍ୟାୟ 19  
  • ଗଣନା ପୁସ୍ତକ ଅଧ୍ୟାୟ 20  
  • ଗଣନା ପୁସ୍ତକ ଅଧ୍ୟାୟ 21  
  • ଗଣନା ପୁସ୍ତକ ଅଧ୍ୟାୟ 22  
  • ଗଣନା ପୁସ୍ତକ ଅଧ୍ୟାୟ 23  
  • ଗଣନା ପୁସ୍ତକ ଅଧ୍ୟାୟ 24  
  • ଗଣନା ପୁସ୍ତକ ଅଧ୍ୟାୟ 25  
  • ଗଣନା ପୁସ୍ତକ ଅଧ୍ୟାୟ 26  
  • ଗଣନା ପୁସ୍ତକ ଅଧ୍ୟାୟ 27  
  • ଗଣନା ପୁସ୍ତକ ଅଧ୍ୟାୟ 28  
  • ଗଣନା ପୁସ୍ତକ ଅଧ୍ୟାୟ 29  
  • ଗଣନା ପୁସ୍ତକ ଅଧ୍ୟାୟ 30  
  • ଗଣନା ପୁସ୍ତକ ଅଧ୍ୟାୟ 31  
  • ଗଣନା ପୁସ୍ତକ ଅଧ୍ୟାୟ 32  
  • ଗଣନା ପୁସ୍ତକ ଅଧ୍ୟାୟ 33  
  • ଗଣନା ପୁସ୍ତକ ଅଧ୍ୟାୟ 34  
  • ଗଣନା ପୁସ୍ତକ ଅଧ୍ୟାୟ 35  
  • ଗଣନା ପୁସ୍ତକ ଅଧ୍ୟାୟ 36  
×

Alert

×

Oriya Letters Keypad References