ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4

1 ହେ କର୍ତ୍ତାମାନେ, ସ୍ଵର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର । 2 ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; 3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ଵର ଆମ୍ଭମାନଙ୍କ ପାଇଁ ଦ୍ଵାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ ତତ୍ତ୍ଵ ନିମନ୍ତେ ମୁଁ ବନ୍ଦୀ ଅଟେ, 4 ତାହା ଉଚିତମତେ କଥା କହି ପ୍ରକାଶ କରି ପାରେ । 5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର । 6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି ଲବଣରେ ସ୍ଵାଦଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର । 7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; 8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ଵାରା ଉତ୍ସାହ ପ୍ରାପ୍ତ ହୁଏ । 9 ତାଙ୍କ ସଙ୍ଗରେ ମୁଁ ବିଶ୍ଵସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ । ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ । 10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି ବର୍ଣ୍ଣବ୍ବାଙ୍କ କୁଟୁମ୍ଵୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ଵନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, 11 ଆଉ, ଯୁସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି; ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ଵରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ, ଏମାନେ ମୋହର ସାନ୍ତ୍ଵନାର କାରଣ ହୋଇଅଛନ୍ତି । 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ । 13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ଵୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି । 14 ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି । 15 ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ତଳୀକୁ ନମସ୍କାର ଜଣାଅ । 16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ତଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯନି କର । 17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପନ୍ନ କରିବାକୁ ସାବଧାନ ହୋଇଥାଅ । 18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି । ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ।
1 ହେ କର୍ତ୍ତାମାନେ, ସ୍ଵର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର । .::. 2 ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; .::. 3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ଵର ଆମ୍ଭମାନଙ୍କ ପାଇଁ ଦ୍ଵାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ ତତ୍ତ୍ଵ ନିମନ୍ତେ ମୁଁ ବନ୍ଦୀ ଅଟେ, .::. 4 ତାହା ଉଚିତମତେ କଥା କହି ପ୍ରକାଶ କରି ପାରେ । .::. 5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର । .::. 6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି ଲବଣରେ ସ୍ଵାଦଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର । .::. 7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; .::. 8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ଵାରା ଉତ୍ସାହ ପ୍ରାପ୍ତ ହୁଏ । .::. 9 ତାଙ୍କ ସଙ୍ଗରେ ମୁଁ ବିଶ୍ଵସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ । ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ । .::. 10 ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି ବର୍ଣ୍ଣବ୍ବାଙ୍କ କୁଟୁମ୍ଵୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ଵନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, .::. 11 ଆଉ, ଯୁସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି; ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ଵରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ, ଏମାନେ ମୋହର ସାନ୍ତ୍ଵନାର କାରଣ ହୋଇଅଛନ୍ତି । .::. 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ । .::. 13 କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ଵୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି । .::. 14 ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି । .::. 15 ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ତଳୀକୁ ନମସ୍କାର ଜଣାଅ । .::. 16 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ତଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯନି କର । .::. 17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପନ୍ନ କରିବାକୁ ସାବଧାନ ହୋଇଥାଅ । .::. 18 ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି । ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। । .::.
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1  
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2  
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3  
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4  
×

Alert

×

Oriya Letters Keypad References