ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ

ଯିଶାଇୟ ଅଧ୍ୟାୟ 9

1 ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ତିମିରାବୃତ ହୋଇ ରହିବ ନାହିଁ । ପୂର୍ବ କାଳରେ ସେ ସବୂଲୂନ୍ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ । 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି । 3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି, 4 କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ଵରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ତ ଭାଙ୍ଗି ପକାଇଅଛ । 5 ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ଵଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ଵରୂପ ହେବ । 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ । 7 ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ । ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ । 8 ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି, 9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, 10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା । 11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି । 13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି । 14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ । 15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ, 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି । 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହି, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମୂଢ଼ତାଭାଷୀ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। 18 ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ଵଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ଵଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ । 19 ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ । 20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ନୋହିବେନ୍ତ ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ; 21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
1. ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ତିମିରାବୃତ ହୋଇ ରହିବ ନାହିଁ । ପୂର୍ବ କାଳରେ ସେ ସବୂଲୂନ୍ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ । 2. ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି । 3. ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି, 4. କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ଵରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ତ ଭାଙ୍ଗି ପକାଇଅଛ । 5. ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ଵଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ଵରୂପ ହେବ । 6. କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ । 7. ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ । ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ । 8. ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି, 9. ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, 10. ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା । 11. ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; 12. ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି । 13. ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି । 14. ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ । 15. ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ, 16. କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି । 17. ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହି, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମୂଢ଼ତାଭାଷୀ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। 18. ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ଵଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ଵଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ । 19. ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ । 20. ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ନୋହିବେନ୍ତ ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ; 21. ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References