ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଲେବୀୟ ପୁସ୍ତକ

ଲେବୀୟ ପୁସ୍ତକ ଅଧ୍ୟାୟ 27

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ । 3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ । 4 ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ । 5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ । 6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ । 7 ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ । 8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ । 9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ । 10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ । ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ । 11 ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ । 12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ । 13 ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ । 14 ଆଉ ଯେବେ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ । 15 ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ । 16 ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ । 17 ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ । 18 ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ । 19 ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ । 20 ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ । 21 ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ । 22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯେବେ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ; 23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ । 24 ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ । 25 ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ । 26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ । 27 ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ । 28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ଵରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜନ କରେ,ଏପରି କୌଣସି ବର୍ଜିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ବର୍ଜିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ । 29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ବର୍ଜିତ ହେବ, ଏପରି ବର୍ଜିତ କେହି ମୁକ୍ତ କରାଯିବ ନାହିଁ; ସେ ନିତା; ହତ ହେବ। 30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର । 31 ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ । 32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ । 33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ । 34 ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି ।
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, .::. 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ । .::. 3 ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ । .::. 4 ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ । .::. 5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ । .::. 6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ । .::. 7 ପୁଣି ଷାଠିଏ ବର୍ଷରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ । .::. 8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ । .::. 9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ । .::. 10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ । ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ । .::. 11 ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ । .::. 12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ । .::. 13 ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ । .::. 14 ଆଉ ଯେବେ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ । .::. 15 ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ । .::. 16 ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ । .::. 17 ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ । .::. 18 ମାତ୍ର ଯେବେ ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ଯାଜକ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ । .::. 19 ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ । .::. 20 ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ । .::. 21 ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ । .::. 22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯେବେ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ; .::. 23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ । .::. 24 ଯାହାଠାରୁ ସେହି କ୍ଷେତ୍ର କିଣାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ-ବର୍ଷରେ ତାହାକୁ ଫେରାଇ ଦିଆଯିବ । .::. 25 ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ । .::. 26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ । .::. 27 ପୁଣି ଯେବେ ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ । .::. 28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ଵରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜନ କରେ,ଏପରି କୌଣସି ବର୍ଜିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ବର୍ଜିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ । .::. 29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ବର୍ଜିତ ହେବ, ଏପରି ବର୍ଜିତ କେହି ମୁକ୍ତ କରାଯିବ ନାହିଁ; ସେ ନିତା; ହତ ହେବ। .::. 30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର । .::. 31 ଆଉ ଯେବେ କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ । .::. 32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ । .::. 33 ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯେବେ ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ । .::. 34 ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି । .::.
  • ଲେବୀୟ ପୁସ୍ତକ ଅଧ୍ୟାୟ 1  
  • ଲେବୀୟ ପୁସ୍ତକ ଅଧ୍ୟାୟ 2  
  • ଲେବୀୟ ପୁସ୍ତକ ଅଧ୍ୟାୟ 3  
  • ଲେବୀୟ ପୁସ୍ତକ ଅଧ୍ୟାୟ 4  
  • ଲେବୀୟ ପୁସ୍ତକ ଅଧ୍ୟାୟ 5  
  • ଲେବୀୟ ପୁସ୍ତକ ଅଧ୍ୟାୟ 6  
  • ଲେବୀୟ ପୁସ୍ତକ ଅଧ୍ୟାୟ 7  
  • ଲେବୀୟ ପୁସ୍ତକ ଅଧ୍ୟାୟ 8  
  • ଲେବୀୟ ପୁସ୍ତକ ଅଧ୍ୟାୟ 9  
  • ଲେବୀୟ ପୁସ୍ତକ ଅଧ୍ୟାୟ 10  
  • ଲେବୀୟ ପୁସ୍ତକ ଅଧ୍ୟାୟ 11  
  • ଲେବୀୟ ପୁସ୍ତକ ଅଧ୍ୟାୟ 12  
  • ଲେବୀୟ ପୁସ୍ତକ ଅଧ୍ୟାୟ 13  
  • ଲେବୀୟ ପୁସ୍ତକ ଅଧ୍ୟାୟ 14  
  • ଲେବୀୟ ପୁସ୍ତକ ଅଧ୍ୟାୟ 15  
  • ଲେବୀୟ ପୁସ୍ତକ ଅଧ୍ୟାୟ 16  
  • ଲେବୀୟ ପୁସ୍ତକ ଅଧ୍ୟାୟ 17  
  • ଲେବୀୟ ପୁସ୍ତକ ଅଧ୍ୟାୟ 18  
  • ଲେବୀୟ ପୁସ୍ତକ ଅଧ୍ୟାୟ 19  
  • ଲେବୀୟ ପୁସ୍ତକ ଅଧ୍ୟାୟ 20  
  • ଲେବୀୟ ପୁସ୍ତକ ଅଧ୍ୟାୟ 21  
  • ଲେବୀୟ ପୁସ୍ତକ ଅଧ୍ୟାୟ 22  
  • ଲେବୀୟ ପୁସ୍ତକ ଅଧ୍ୟାୟ 23  
  • ଲେବୀୟ ପୁସ୍ତକ ଅଧ୍ୟାୟ 24  
  • ଲେବୀୟ ପୁସ୍ତକ ଅଧ୍ୟାୟ 25  
  • ଲେବୀୟ ପୁସ୍ତକ ଅଧ୍ୟାୟ 26  
  • ଲେବୀୟ ପୁସ୍ତକ ଅଧ୍ୟାୟ 27  
×

Alert

×

Oriya Letters Keypad References