ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 3

1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ଵରୂପ ସମସ୍ତ ଯଷ୍ଟି ଓ ଜଳ ସ୍ଵରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି; 2 ବୀର ଓ ଯୋଦ୍ଧା; ବିଚାରକର୍ତ୍ତା ଓ ଭବିଷ୍ୟଦ୍ବକ୍ତା ଓ ମନ୍ତ୍ରଜ୍ଞ ଓ ପ୍ରାଚୀନନ୍ତ 3 ପଚାଶପତି ଓ ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ) । 4 ପୁଣି, ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ । 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ । 6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ; 7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ । 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ଵିତ କରିବା ପାଇଁ ସେମାନଙ୍କର ଜିହ୍ଵା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ । 9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ । ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି । 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ । ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ; 11 ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ । 12 ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି । ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି । 13 ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି । 14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି; 15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି । 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ଵାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶଦ୍ଦ କରନ୍ତି; 17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତସ୍ଥାନ ଅନାବୃତ କରିବେ। 18 ସେ ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ଵରୂପ ନୂପୁର ଓ ଜାଲିବସ୍ତ୍ର ଓ ଚନ୍ଦ୍ରହାର; 19 କର୍ଣ୍ଣଭୂଷଣ ଓ ଚୁଡ଼ି ଓ ଘୁମୁଟା; 20 ଶିରୋଭୂଷଣ ଓ ପାଦର ବଳା ଓ କଟିବନ୍ଧନୀ ଓ ଅତରଧାନୀ ଓ କବଚ; 21 ମୁଦି ଓ ନଥ; 22 ଉତ୍ସବକାଳୀନ ବସ୍ତ୍ର ଓ ଆବରଣୀୟ ବସ୍ତ୍ର ଓ ସାଲ ଓ ଗାଞ୍ଜିଆ; 23 ଦର୍ପଣ ଓ ସୂକ୍ଷ୍ମ ବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ । 24 ତହିଁରେ ସୁଗନ୍ଧି-ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ ଓ କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ ଓ ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ । 25 ତୁମ୍ଭର ପୁରୁଷମାନେ ଖଡ଼୍‍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ । 26 ସିୟୋନର ନଗର-ଦ୍ଵାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ ।
1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ଵରୂପ ସମସ୍ତ ଯଷ୍ଟି ଓ ଜଳ ସ୍ଵରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି; .::. 2 ବୀର ଓ ଯୋଦ୍ଧା; ବିଚାରକର୍ତ୍ତା ଓ ଭବିଷ୍ୟଦ୍ବକ୍ତା ଓ ମନ୍ତ୍ରଜ୍ଞ ଓ ପ୍ରାଚୀନନ୍ତ .::. 3 ପଚାଶପତି ଓ ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ) । .::. 4 ପୁଣି, ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ । .::. 5 ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ । .::. 6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ; .::. 7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ । .::. 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ଵିତ କରିବା ପାଇଁ ସେମାନଙ୍କର ଜିହ୍ଵା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ । .::. 9 ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ । ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି । .::. 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ । ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ; .::. 11 ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ । .::. 12 ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି । ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି । .::. 13 ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି । .::. 14 ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି; .::. 15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି । .::. 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ଵାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶଦ୍ଦ କରନ୍ତି; .::. 17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତସ୍ଥାନ ଅନାବୃତ କରିବେ। .::. 18 ସେ ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ଵରୂପ ନୂପୁର ଓ ଜାଲିବସ୍ତ୍ର ଓ ଚନ୍ଦ୍ରହାର; .::. 19 କର୍ଣ୍ଣଭୂଷଣ ଓ ଚୁଡ଼ି ଓ ଘୁମୁଟା; .::. 20 ଶିରୋଭୂଷଣ ଓ ପାଦର ବଳା ଓ କଟିବନ୍ଧନୀ ଓ ଅତରଧାନୀ ଓ କବଚ; .::. 21 ମୁଦି ଓ ନଥ; .::. 22 ଉତ୍ସବକାଳୀନ ବସ୍ତ୍ର ଓ ଆବରଣୀୟ ବସ୍ତ୍ର ଓ ସାଲ ଓ ଗାଞ୍ଜିଆ; .::. 23 ଦର୍ପଣ ଓ ସୂକ୍ଷ୍ମ ବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ । .::. 24 ତହିଁରେ ସୁଗନ୍ଧି-ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ ଓ କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ ଓ ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ । .::. 25 ତୁମ୍ଭର ପୁରୁଷମାନେ ଖଡ଼୍‍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ । .::. 26 ସିୟୋନର ନଗର-ଦ୍ଵାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References