ଓଡିଆ ବାଇବଲ |
HCSB
ORV
IRVOR
ମାର୍କଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
8
1
2
3
4
5
6
7
8
9
10
11
12
13
14
15
16
:
ରେକର୍ଡଗୁଡିକ
ମାର୍କଲିଖିତ ସୁସମାଚାର 8:0 (06 50 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାର୍କଲିଖିତ ସୁସମାଚାର ଅଧ୍ୟାୟ 8
1
ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
2
ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
3
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
4
ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରି ପାରିବ?
5
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି ।
6
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
7
ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।
8
ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୋଟୀ ଉଠାଇଲେ ।
9
ସେମାନେ ପ୍ରାୟ ଚାରିହଜାର ଲୋକ ଥିଲେ ।
10
ତାହାପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ ।
11
ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
12
ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ ।
13
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ ।
14
ସେତେବେଳେ ଶିଷ୍ୟମାନେ ରୋଟୀ ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୋଟୀ ଥିଲା ।
15
ପରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
16
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ସେ ଏହା କହୁଅଛନ୍ତି ।
17
ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
18
ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ?
19
ସେହି ପାଞ୍ଚହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକାଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ ।
20
ଆଉ, ସେହି ଚାରିହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତା ଭଙ୍ଗା ଖଣ୍ତ ଉଠାଇ ନେଇଥିଲ? ସେମାନେ କହିଲେ, ସାତ ବେତା ।
21
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ ।
22
ପରେ ସେମାନେ ବେଥ୍ସାଇଦାକୁ ଆସିଲେ । ଆଉ, ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ ।
23
ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
24
ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି ।
25
ତାହା ପରେ ସେ ପୁଣି ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା ।
26
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ ।
27
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
28
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
29
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।
30
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ ।
31
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
32
ଏହି କଥା ସେ ସ୍ପଷ୍ଟ ରୂପେ କହିଲେ । ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ ।
33
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
34
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
35
କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
36
ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
37
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
38
ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
ମାର୍କଲିଖିତ ସୁସମାଚାର 8
1. ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ, 2. ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ । 3. ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି । 4. ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରି ପାରିବ? 5. ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି । 6. ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ । 7. ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ । 8. ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୋଟୀ ଉଠାଇଲେ । 9. ସେମାନେ ପ୍ରାୟ ଚାରିହଜାର ଲୋକ ଥିଲେ । 10. ତାହାପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ । 11. ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ । 12. ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ । 13. ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ । 14. ସେତେବେଳେ ଶିଷ୍ୟମାନେ ରୋଟୀ ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୋଟୀ ଥିଲା । 15. ପରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ। 16. ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ସେ ଏହା କହୁଅଛନ୍ତି । 17. ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ? 18. ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ? 19. ସେହି ପାଞ୍ଚହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକାଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ । 20. ଆଉ, ସେହି ଚାରିହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତା ଭଙ୍ଗା ଖଣ୍ତ ଉଠାଇ ନେଇଥିଲ? ସେମାନେ କହିଲେ, ସାତ ବେତା । 21. ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ । 22. ପରେ ସେମାନେ ବେଥ୍ସାଇଦାକୁ ଆସିଲେ । ଆଉ, ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ । 23. ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? 24. ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି । 25. ତାହା ପରେ ସେ ପୁଣି ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା । 26. ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ । 27. ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି? 28. ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ । 29. ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ। 30. ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ । 31. ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ । 32. ଏହି କଥା ସେ ସ୍ପଷ୍ଟ ରୂପେ କହିଲେ । ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ । 33. କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ । 34. ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ । 35. କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ । 36. ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ? 37. ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ? 38. ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
ମାର୍କଲିଖିତ ସୁସମାଚାର ଅଧ୍ୟାୟ 1
ମାର୍କଲିଖିତ ସୁସମାଚାର ଅଧ୍ୟାୟ 2
ମାର୍କଲିଖିତ ସୁସମାଚାର ଅଧ୍ୟାୟ 3
ମାର୍କଲିଖିତ ସୁସମାଚାର ଅଧ୍ୟାୟ 4
ମାର୍କଲିଖିତ ସୁସମାଚାର ଅଧ୍ୟାୟ 5
ମାର୍କଲିଖିତ ସୁସମାଚାର ଅଧ୍ୟାୟ 6
ମାର୍କଲିଖିତ ସୁସମାଚାର ଅଧ୍ୟାୟ 7
ମାର୍କଲିଖିତ ସୁସମାଚାର ଅଧ୍ୟାୟ 8
ମାର୍କଲିଖିତ ସୁସମାଚାର ଅଧ୍ୟାୟ 9
ମାର୍କଲିଖିତ ସୁସମାଚାର ଅଧ୍ୟାୟ 10
ମାର୍କଲିଖିତ ସୁସମାଚାର ଅଧ୍ୟାୟ 11
ମାର୍କଲିଖିତ ସୁସମାଚାର ଅଧ୍ୟାୟ 12
ମାର୍କଲିଖିତ ସୁସମାଚାର ଅଧ୍ୟାୟ 13
ମାର୍କଲିଖିତ ସୁସମାଚାର ଅଧ୍ୟାୟ 14
ମାର୍କଲିଖିତ ସୁସମାଚାର ଅଧ୍ୟାୟ 15
ମାର୍କଲିଖିତ ସୁସମାଚାର ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References