ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 11

1 ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଛାଡ଼ି ଦେବ; ପୁଣି ଛାଡ଼ିଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତା; ତଡ଼ିଦେବ । 2 ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ଵର୍ଣ୍ଣ-ଅଳଙ୍କାର ମାଗି ଘେନନ୍ତୁ । 3 ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ । ପୁଣି ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ । 4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା । 5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ । 6 ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ । 7 ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ବିଶେଷ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ଵା ପଜାଇବ ନାହିଁ । 8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି । ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ। 9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ । 10 ପୁଣି ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଛାଡ଼ି ଦେଲେ ନାହିଁ ।
1 ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଛାଡ଼ି ଦେବ; ପୁଣି ଛାଡ଼ିଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତା; ତଡ଼ିଦେବ । .::. 2 ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ଵର୍ଣ୍ଣ-ଅଳଙ୍କାର ମାଗି ଘେନନ୍ତୁ । .::. 3 ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ । ପୁଣି ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ । .::. 4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା । .::. 5 ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ । .::. 6 ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ । .::. 7 ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ବିଶେଷ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ଵା ପଜାଇବ ନାହିଁ । .::. 8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି । ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ। .::. 9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ । .::. 10 ପୁଣି ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଛାଡ଼ି ଦେଲେ ନାହିଁ । .::.
  • ଯାତ୍ରା ପୁସ୍ତକ ଅଧ୍ୟାୟ 1  
  • ଯାତ୍ରା ପୁସ୍ତକ ଅଧ୍ୟାୟ 2  
  • ଯାତ୍ରା ପୁସ୍ତକ ଅଧ୍ୟାୟ 3  
  • ଯାତ୍ରା ପୁସ୍ତକ ଅଧ୍ୟାୟ 4  
  • ଯାତ୍ରା ପୁସ୍ତକ ଅଧ୍ୟାୟ 5  
  • ଯାତ୍ରା ପୁସ୍ତକ ଅଧ୍ୟାୟ 6  
  • ଯାତ୍ରା ପୁସ୍ତକ ଅଧ୍ୟାୟ 7  
  • ଯାତ୍ରା ପୁସ୍ତକ ଅଧ୍ୟାୟ 8  
  • ଯାତ୍ରା ପୁସ୍ତକ ଅଧ୍ୟାୟ 9  
  • ଯାତ୍ରା ପୁସ୍ତକ ଅଧ୍ୟାୟ 10  
  • ଯାତ୍ରା ପୁସ୍ତକ ଅଧ୍ୟାୟ 11  
  • ଯାତ୍ରା ପୁସ୍ତକ ଅଧ୍ୟାୟ 12  
  • ଯାତ୍ରା ପୁସ୍ତକ ଅଧ୍ୟାୟ 13  
  • ଯାତ୍ରା ପୁସ୍ତକ ଅଧ୍ୟାୟ 14  
  • ଯାତ୍ରା ପୁସ୍ତକ ଅଧ୍ୟାୟ 15  
  • ଯାତ୍ରା ପୁସ୍ତକ ଅଧ୍ୟାୟ 16  
  • ଯାତ୍ରା ପୁସ୍ତକ ଅଧ୍ୟାୟ 17  
  • ଯାତ୍ରା ପୁସ୍ତକ ଅଧ୍ୟାୟ 18  
  • ଯାତ୍ରା ପୁସ୍ତକ ଅଧ୍ୟାୟ 19  
  • ଯାତ୍ରା ପୁସ୍ତକ ଅଧ୍ୟାୟ 20  
  • ଯାତ୍ରା ପୁସ୍ତକ ଅଧ୍ୟାୟ 21  
  • ଯାତ୍ରା ପୁସ୍ତକ ଅଧ୍ୟାୟ 22  
  • ଯାତ୍ରା ପୁସ୍ତକ ଅଧ୍ୟାୟ 23  
  • ଯାତ୍ରା ପୁସ୍ତକ ଅଧ୍ୟାୟ 24  
  • ଯାତ୍ରା ପୁସ୍ତକ ଅଧ୍ୟାୟ 25  
  • ଯାତ୍ରା ପୁସ୍ତକ ଅଧ୍ୟାୟ 26  
  • ଯାତ୍ରା ପୁସ୍ତକ ଅଧ୍ୟାୟ 27  
  • ଯାତ୍ରା ପୁସ୍ତକ ଅଧ୍ୟାୟ 28  
  • ଯାତ୍ରା ପୁସ୍ତକ ଅଧ୍ୟାୟ 29  
  • ଯାତ୍ରା ପୁସ୍ତକ ଅଧ୍ୟାୟ 30  
  • ଯାତ୍ରା ପୁସ୍ତକ ଅଧ୍ୟାୟ 31  
  • ଯାତ୍ରା ପୁସ୍ତକ ଅଧ୍ୟାୟ 32  
  • ଯାତ୍ରା ପୁସ୍ତକ ଅଧ୍ୟାୟ 33  
  • ଯାତ୍ରା ପୁସ୍ତକ ଅଧ୍ୟାୟ 34  
  • ଯାତ୍ରା ପୁସ୍ତକ ଅଧ୍ୟାୟ 35  
  • ଯାତ୍ରା ପୁସ୍ତକ ଅଧ୍ୟାୟ 36  
  • ଯାତ୍ରା ପୁସ୍ତକ ଅଧ୍ୟାୟ 37  
  • ଯାତ୍ରା ପୁସ୍ତକ ଅଧ୍ୟାୟ 38  
  • ଯାତ୍ରା ପୁସ୍ତକ ଅଧ୍ୟାୟ 39  
  • ଯାତ୍ରା ପୁସ୍ତକ ଅଧ୍ୟାୟ 40  
×

Alert

×

Oriya Letters Keypad References