ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 13

1 ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ । 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ । 3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ । 4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକାରଣ୍ୟର ରବ ହେଉଅଛିଣ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି । 5 ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ତଳର ପ୍ରା; ଭାଗରୁ ଆସୁଅଛନ୍ତି । 6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀନ୍ତ ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ । 7 ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ; 8 ପୁଣି, ସେମାନେ ବିହ୍ଵଳ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରା; କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ଏକଆରେକର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ । 9 ଦେଖ, ଦେଶ ଧ୍ଵଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଦାରୁଣ; କ୍ରୋଧ ଓ ପ୍ରଚଣ୍ତ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି । 10 କାରଣ ଆକାଶମଣ୍ତଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ । 11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା । 12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଦୁର୍ଲଭ କରିବା । 13 ଏହେତୁ ଆମ୍ଭେ ଆକାଶମଣ୍ତଳକୁ କମ୍ପାନ୍ଵିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ତ କ୍ରୋଧର ଦିନରେ ପୃଥିବୀ ଟଳି ସ୍ଵସ୍ଥାନଚ୍ୟୁତ ହେବ । 14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ । 15 ଯେ ପ୍ରତ୍ୟେକ ଲୋକର ଉଦ୍ଦେଶ୍ୟ ମିଳିବ, ସେ ଅସ୍ତ୍ରବିଦ୍ଧ ହେବ ଓ ଯେ ପ୍ରତ୍ୟେକ ଲୋକ ଧରା ଯିବ, ସେ ଖଡ଼୍‍ଗରେ ପତିତ ହେବ । 16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ । 17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ । 18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ । 19 ପୁଣି, ରାଜ୍ୟସମୂହର ଗୌରବ ସ୍ଵରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ଵରୂପ ଯେ ବାବିଲ, ତାହା ପରମେଶ୍ଵରଙ୍କ ଦ୍ଵାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ। 20 ତାହା କଦାଚ ବସତିସ୍ଥାନ ନୋହିବ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ଵୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ । 21 ମାତ୍ର ବନ୍ୟ ପଶୁମାନେ ସେସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଉଷ୍ଟ୍ରପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ । 22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ ।
1 ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ । .::. 2 ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ । .::. 3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ । .::. 4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକାରଣ୍ୟର ରବ ହେଉଅଛିଣ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି । .::. 5 ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ତଳର ପ୍ରା; ଭାଗରୁ ଆସୁଅଛନ୍ତି । .::. 6 ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀନ୍ତ ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ । .::. 7 ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ; .::. 8 ପୁଣି, ସେମାନେ ବିହ୍ଵଳ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରା; କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ଏକଆରେକର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ । .::. 9 ଦେଖ, ଦେଶ ଧ୍ଵଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଦାରୁଣ; କ୍ରୋଧ ଓ ପ୍ରଚଣ୍ତ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି । .::. 10 କାରଣ ଆକାଶମଣ୍ତଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ । .::. 11 ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା । .::. 12 ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଦୁର୍ଲଭ କରିବା । .::. 13 ଏହେତୁ ଆମ୍ଭେ ଆକାଶମଣ୍ତଳକୁ କମ୍ପାନ୍ଵିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ତ କ୍ରୋଧର ଦିନରେ ପୃଥିବୀ ଟଳି ସ୍ଵସ୍ଥାନଚ୍ୟୁତ ହେବ । .::. 14 ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ । .::. 15 ଯେ ପ୍ରତ୍ୟେକ ଲୋକର ଉଦ୍ଦେଶ୍ୟ ମିଳିବ, ସେ ଅସ୍ତ୍ରବିଦ୍ଧ ହେବ ଓ ଯେ ପ୍ରତ୍ୟେକ ଲୋକ ଧରା ଯିବ, ସେ ଖଡ଼୍‍ଗରେ ପତିତ ହେବ । .::. 16 ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ । .::. 17 ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ । .::. 18 ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ । .::. 19 ପୁଣି, ରାଜ୍ୟସମୂହର ଗୌରବ ସ୍ଵରୂପ ଓ କଲଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ଵରୂପ ଯେ ବାବିଲ, ତାହା ପରମେଶ୍ଵରଙ୍କ ଦ୍ଵାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ। .::. 20 ତାହା କଦାଚ ବସତିସ୍ଥାନ ନୋହିବ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ଵୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ । .::. 21 ମାତ୍ର ବନ୍ୟ ପଶୁମାନେ ସେସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଉଷ୍ଟ୍ରପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ । .::. 22 ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References