ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ

ରେକର୍ଡଗୁଡିକ

ଯିହିଜିକଲ ଅଧ୍ୟାୟ 30

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ! 3 କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ । 4 ପୁଣି, ମିସର ବିରୁଦ୍ଧରେ ଖଡ଼୍‍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ । 5 କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍‍ଗରେ ପତିତ ହେବେ । 6 ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀ-ମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍‍ଗ ଦ୍ଵାରା ପତିତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 7 ପୁଣି, ସେମାନେ ଧ୍ଵଂସିତ ନଗରସମୂହ ମଧ୍ୟରେ ଧ୍ଵଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ । 8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 9 ସେଦିନ ନିଶ୍ଚି; କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି । 10 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲରେ ରାଜା ନବୁଖଦ୍ନିତ୍ସର ହସ୍ତ ଦ୍ଵାରା ମିସରର ଲୋକାରଣ୍ୟ ଶେଷ କରିବା । 11 ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ । 12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ଵାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ଵଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ । 13 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା । 14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ଵଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ତାଜ୍ଞା ସଫଳ କରିବା । 15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକାରଣ୍ୟକୁ ଉଚ୍ଛିନ୍ନ କରିବା । 16 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ । 17 ଆବେନ ଓ ପୀବେଶତର ଯୁବାମାନେ ଖଡ଼୍‍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ଵ ସ୍ଥାନକୁ ଯିବେ । 18 ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ । 19 ଏହିରୂପେ ଆମ୍ଭେ ମିସରରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 20 ଅନନ୍ତର ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 21 ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍‍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ଵାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ । 22 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ଼୍‍ଗ ଖସାଇ ପକାଇବା । 23 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟ-ମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା । 24 ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ଵୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ । 25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ଟେକି ଧରିବା ଓ ଫାରୋର ବାହୁଦ୍ଵୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 26 ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବାନ୍ତ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
1. ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ! 3. କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ । 4. ପୁଣି, ମିସର ବିରୁଦ୍ଧରେ ଖଡ଼୍‍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ । 5. କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍‍ଗରେ ପତିତ ହେବେ । 6. ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀ-ମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ସିବେନୀ ଦୁର୍ଗଠାରୁ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ଼୍‍ଗ ଦ୍ଵାରା ପତିତ ହେବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 7. ପୁଣି, ସେମାନେ ଧ୍ଵଂସିତ ନଗରସମୂହ ମଧ୍ୟରେ ଧ୍ଵଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ । 8. ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 9. ସେଦିନ ନିଶ୍ଚି; କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି । 10. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲରେ ରାଜା ନବୁଖଦ୍ନିତ୍ସର ହସ୍ତ ଦ୍ଵାରା ମିସରର ଲୋକାରଣ୍ୟ ଶେଷ କରିବା । 11. ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ । 12. ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ଵାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ଵଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ । 13. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା । 14. ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ଵଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ତାଜ୍ଞା ସଫଳ କରିବା । 15. ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକାରଣ୍ୟକୁ ଉଚ୍ଛିନ୍ନ କରିବା । 16. ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ । 17. ଆବେନ ଓ ପୀବେଶତର ଯୁବାମାନେ ଖଡ଼୍‍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ଵ ସ୍ଥାନକୁ ଯିବେ । 18. ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ । 19. ଏହିରୂପେ ଆମ୍ଭେ ମିସରରେ ଦଣ୍ତାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 20. ଅନନ୍ତର ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 21. ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ଼୍‍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ଵାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ । 22. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ଼୍‍ଗ ଖସାଇ ପକାଇବା । 23. ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସ୍ରୀୟ-ମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା । 24. ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ଵୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ । 25. ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ଵୟ ଟେକି ଧରିବା ଓ ଫାରୋର ବାହୁଦ୍ଵୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ଼୍‍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 26. ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବାନ୍ତ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References