ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

ଯିହିଜିକଲ ଅଧ୍ୟାୟ 23

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା; 3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ । 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ଵୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ଵୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ । ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ । 5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା, 6 ସେମାନେ ନୀଳାମ୍ଵର ପରିହିତ, ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ଵାରୋହୀ ଥିଲେ । 7 ପୁଣି, ସେ ସେମାନଙ୍କର, ଅର୍ଥାତ୍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ଵାରା ଆପଣାକୁ ଭ୍ରଷ୍ଟା କଲା । 8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ । 9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ । 10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାକୁ ସେମାନେ ଖଡ଼୍‍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ତାଜ୍ଞା ସଫଳ କଲେ । 11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା-କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା-କ୍ରିୟା ଅପେକ୍ଷା ତାହାର ବେଶ୍ୟା-କ୍ରିୟା ଅଧିକ ଥିଲା । 12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟ; ସୁନ୍ଦର ବସ୍ତ୍ର ପରିହିତ, ଅଶ୍ଵାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ । 13 ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ । 14 ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍, କଲ୍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା, 15 ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେସମସ୍ତେ ଦେଖିବାକୁ କଲ୍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ । 16 ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍ଦୀୟ ଦେଶକୁ ସେମାନଙ୍କ ନିକଟକୁ ଦୂତ ପଠାଇଲା । 17 ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ଵାରା ତାହାକୁ ଅଶୁଚି କଲେ, ପୁଣି ସେମାନଙ୍କ ଦ୍ଵାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା । 18 ଏହିରୂପେ ସେ ଆପଣା ବେଶ୍ୟା-କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେପରି ତାହାଠାରୁ ହିଁ ବିମୁଖ ହେଲା । 19 ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା । 20 ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ଵଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତି-ମାନଙ୍କଠାରେ ସେ ଆସକ୍ତା ହେଲା । 21 ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ । 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; 23 ବାବିଲୋନୀୟମାନଙ୍କୁ ଓ ସମୁଦାୟ କଲ୍ଦୀୟ ଲୋକଙ୍କୁ, ପକୋଦ, ଶୋୟା ଓ କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେସମସ୍ତେ ମନୋହର ଯୁବା ଲୋକ । ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ଵାରୋହୀ । 24 ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ ଓ ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ । 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଵାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍‍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ଵାରା ଗ୍ରାସିତ ହେବେ । 26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ । 27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ । 28 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା; 29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା-କ୍ରିୟା ପ୍ରକାଶିତ ହେବ । 30 ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ଵାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ । 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା । 32 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ । 33 ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ଵଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ । 34 ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ତ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; 35 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର । 36 ସଦାପ୍ରଭୁ ଆହୁରି ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ; 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି । 38 ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି । 39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି । 40 ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ; 41 ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ । 42 ଆଉ, ତାହା ସଙ୍ଗେ ନିଶ୍ଚି; ଲୋକାରଣ୍ୟର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ । 43 ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ । 44 ପୁଣି, ଲୋକେ ଯେପରି ବେଶ୍ୟା ନିକଟକୁ ଗମନ କରନ୍ତି, ସେପରି ସେମାନେ ତାହା ନିକଟକୁ ଗମନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ନିକଟକୁ ଗମନ କଲେ । 45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି । 46 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା । 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍‍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ । 48 ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ । 49 ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ଵନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, .::. 2 ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା; .::. 3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ । .::. 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ଵୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ଵୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ । ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ । .::. 5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା, .::. 6 ସେମାନେ ନୀଳାମ୍ଵର ପରିହିତ, ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ଵାରୋହୀ ଥିଲେ । .::. 7 ପୁଣି, ସେ ସେମାନଙ୍କର, ଅର୍ଥାତ୍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ଵାରା ଆପଣାକୁ ଭ୍ରଷ୍ଟା କଲା । .::. 8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ । .::. 9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ । .::. 10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାକୁ ସେମାନେ ଖଡ଼୍‍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ତାଜ୍ଞା ସଫଳ କଲେ । .::. 11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା-କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା-କ୍ରିୟା ଅପେକ୍ଷା ତାହାର ବେଶ୍ୟା-କ୍ରିୟା ଅଧିକ ଥିଲା । .::. 12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟ; ସୁନ୍ଦର ବସ୍ତ୍ର ପରିହିତ, ଅଶ୍ଵାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ । .::. 13 ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ । .::. 14 ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍, କଲ୍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା, .::. 15 ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେସମସ୍ତେ ଦେଖିବାକୁ କଲ୍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ । .::. 16 ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍ଦୀୟ ଦେଶକୁ ସେମାନଙ୍କ ନିକଟକୁ ଦୂତ ପଠାଇଲା । .::. 17 ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ଵାରା ତାହାକୁ ଅଶୁଚି କଲେ, ପୁଣି ସେମାନଙ୍କ ଦ୍ଵାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା । .::. 18 ଏହିରୂପେ ସେ ଆପଣା ବେଶ୍ୟା-କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେପରି ତାହାଠାରୁ ହିଁ ବିମୁଖ ହେଲା । .::. 19 ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା । .::. 20 ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ଵଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତି-ମାନଙ୍କଠାରେ ସେ ଆସକ୍ତା ହେଲା । .::. 21 ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ । .::. 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; .::. 23 ବାବିଲୋନୀୟମାନଙ୍କୁ ଓ ସମୁଦାୟ କଲ୍ଦୀୟ ଲୋକଙ୍କୁ, ପକୋଦ, ଶୋୟା ଓ କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେସମସ୍ତେ ମନୋହର ଯୁବା ଲୋକ । ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ଵାରୋହୀ । .::. 24 ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ ଓ ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ । .::. 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଵାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍‍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ଵାରା ଗ୍ରାସିତ ହେବେ । .::. 26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ । .::. 27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ । .::. 28 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା; .::. 29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା-କ୍ରିୟା ପ୍ରକାଶିତ ହେବ । .::. 30 ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ଵାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ । .::. 31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା । .::. 32 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ । .::. 33 ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ଵଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ । .::. 34 ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ତ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; .::. 35 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର । .::. 36 ସଦାପ୍ରଭୁ ଆହୁରି ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ; .::. 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି । .::. 38 ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି । .::. 39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି । .::. 40 ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ; .::. 41 ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ । .::. 42 ଆଉ, ତାହା ସଙ୍ଗେ ନିଶ୍ଚି; ଲୋକାରଣ୍ୟର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ । .::. 43 ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ । .::. 44 ପୁଣି, ଲୋକେ ଯେପରି ବେଶ୍ୟା ନିକଟକୁ ଗମନ କରନ୍ତି, ସେପରି ସେମାନେ ତାହା ନିକଟକୁ ଗମନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ନିକଟକୁ ଗମନ କଲେ । .::. 45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି । .::. 46 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା । .::. 47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ଼୍‍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ର କନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ । .::. 48 ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ । .::. 49 ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ଵନ୍ଧୀୟ ପାପସକଳର ଭାର ବହିବ; ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References