ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ରାଜାବଳୀ

ଦିତୀୟ ରାଜାବଳୀ ଅଧ୍ୟାୟ 14

1 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ । 2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ । 3 ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ । 4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । 5 ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ । 6 ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁ ଭୋଗ କରିବ, ମୋଶାଙ୍କର ବ୍ୟବସ୍ଥାପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀ-ମାନଙ୍କ ସନ୍ତାନଗଣର ପ୍ରାଣଦଣ୍ତ କଲେ ନାହିଁ । 7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଅଦ୍ୟାପି ଅଛି । 8 ସେସମୟରେ ଅମତ୍ସୀୟ ଦୂତଗଣ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା । 9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଲିବାନୋନ୍ର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ; ଏଥି ମଧ୍ୟରେ ଲିବାନୋନ୍ର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା । 10 ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ପ୍ରମାଣ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ? 11 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ । ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ । 12 ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ । 13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ । 14 ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ । 15 ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 16 ଅନନ୍ତର ଯୋୟାଶ୍ ଆପଣା ପିତୃଗଣ ସହିତ ଶୟନ କରି ଶମରୀୟାରେ ଇସ୍ରାଏଲ-ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ । 17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ । 18 ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 19 ଅନନ୍ତର ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ । 20 ପୁଣି ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣିଲେ; ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ । 21 ଏଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ । 22 ରାଜା ପିତୃଗଣ ସହିତ ଶୟନ କଲା ଉତ୍ତାରେ ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ । 23 ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କର ଅଧିକାରର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ । 24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ । 25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅମିତ୍ତୟର ପୁତ୍ର ଗାଥ୍-ହେଫର୍ ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍-ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ-ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ । 26 କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟ; ତିକ୍ତ; ଯେଣୁ ବଦ୍ଧ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା । 27 ମାତ୍ର ସଦାପ୍ରଭୁ ଆକାଶମଣ୍ତଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ । 28 ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ୍ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 29 ଅନନ୍ତର ଯାରବୀୟାମ୍ ଆପଣା ପିତୃଲୋକ ଇସ୍ରାଏଲର ରାଜାମାନଙ୍କ ସହିତ ଶୟନ କଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ ।
1. ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ । 2. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ । 3. ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ । 4. ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । 5. ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ । 6. ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁ ଭୋଗ କରିବ, ମୋଶାଙ୍କର ବ୍ୟବସ୍ଥାପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀ-ମାନଙ୍କ ସନ୍ତାନଗଣର ପ୍ରାଣଦଣ୍ତ କଲେ ନାହିଁ । 7. ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଅଦ୍ୟାପି ଅଛି । 8. ସେସମୟରେ ଅମତ୍ସୀୟ ଦୂତଗଣ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା । 9. ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଲିବାନୋନ୍ର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ; ଏଥି ମଧ୍ୟରେ ଲିବାନୋନ୍ର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା । 10. ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ପ୍ରମାଣ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ? 11. ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ । ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ । 12. ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ । 13. ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ । 14. ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ । 15. ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 16. ଅନନ୍ତର ଯୋୟାଶ୍ ଆପଣା ପିତୃଗଣ ସହିତ ଶୟନ କରି ଶମରୀୟାରେ ଇସ୍ରାଏଲ-ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ । 17. ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ । 18. ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 19. ଅନନ୍ତର ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ । 20. ପୁଣି ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣିଲେ; ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ । 21. ଏଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ । 22. ରାଜା ପିତୃଗଣ ସହିତ ଶୟନ କଲା ଉତ୍ତାରେ ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ । 23. ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କର ଅଧିକାରର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ । 24. ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ । 25. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅମିତ୍ତୟର ପୁତ୍ର ଗାଥ୍-ହେଫର୍ ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍-ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ-ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ । 26. କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟ; ତିକ୍ତ; ଯେଣୁ ବଦ୍ଧ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା । 27. ମାତ୍ର ସଦାପ୍ରଭୁ ଆକାଶମଣ୍ତଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ । 28. ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ୍ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 29. ଅନନ୍ତର ଯାରବୀୟାମ୍ ଆପଣା ପିତୃଲୋକ ଇସ୍ରାଏଲର ରାଜାମାନଙ୍କ ସହିତ ଶୟନ କଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ ।
  • ଦିତୀୟ ରାଜାବଳୀ ଅଧ୍ୟାୟ 1  
  • ଦିତୀୟ ରାଜାବଳୀ ଅଧ୍ୟାୟ 2  
  • ଦିତୀୟ ରାଜାବଳୀ ଅଧ୍ୟାୟ 3  
  • ଦିତୀୟ ରାଜାବଳୀ ଅଧ୍ୟାୟ 4  
  • ଦିତୀୟ ରାଜାବଳୀ ଅଧ୍ୟାୟ 5  
  • ଦିତୀୟ ରାଜାବଳୀ ଅଧ୍ୟାୟ 6  
  • ଦିତୀୟ ରାଜାବଳୀ ଅଧ୍ୟାୟ 7  
  • ଦିତୀୟ ରାଜାବଳୀ ଅଧ୍ୟାୟ 8  
  • ଦିତୀୟ ରାଜାବଳୀ ଅଧ୍ୟାୟ 9  
  • ଦିତୀୟ ରାଜାବଳୀ ଅଧ୍ୟାୟ 10  
  • ଦିତୀୟ ରାଜାବଳୀ ଅଧ୍ୟାୟ 11  
  • ଦିତୀୟ ରାଜାବଳୀ ଅଧ୍ୟାୟ 12  
  • ଦିତୀୟ ରାଜାବଳୀ ଅଧ୍ୟାୟ 13  
  • ଦିତୀୟ ରାଜାବଳୀ ଅଧ୍ୟାୟ 14  
  • ଦିତୀୟ ରାଜାବଳୀ ଅଧ୍ୟାୟ 15  
  • ଦିତୀୟ ରାଜାବଳୀ ଅଧ୍ୟାୟ 16  
  • ଦିତୀୟ ରାଜାବଳୀ ଅଧ୍ୟାୟ 17  
  • ଦିତୀୟ ରାଜାବଳୀ ଅଧ୍ୟାୟ 18  
  • ଦିତୀୟ ରାଜାବଳୀ ଅଧ୍ୟାୟ 19  
  • ଦିତୀୟ ରାଜାବଳୀ ଅଧ୍ୟାୟ 20  
  • ଦିତୀୟ ରାଜାବଳୀ ଅଧ୍ୟାୟ 21  
  • ଦିତୀୟ ରାଜାବଳୀ ଅଧ୍ୟାୟ 22  
  • ଦିତୀୟ ରାଜାବଳୀ ଅଧ୍ୟାୟ 23  
  • ଦିତୀୟ ରାଜାବଳୀ ଅଧ୍ୟାୟ 24  
  • ଦିତୀୟ ରାଜାବଳୀ ଅଧ୍ୟାୟ 25  
×

Alert

×

Oriya Letters Keypad References