ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 18

1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ଵରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରୁଥାଏ । 2 ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ଵର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ । 3 ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି । 4 ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା । 5 ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ପାଶ ମୋʼ ଉପରେ ପଡ଼ିଲା । 6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ଵରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା । 7 ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା । 8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା । 9 ସେ ଆକାଶମଣ୍ତଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା । 10 ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ । 11 ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ । 12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ନିର୍ଗତ କଲା । 13 ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର । 14 ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ । 15 ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ଵାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା । 16 ସେ ଊର୍ଦ୍ଧ୍ଵରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ, 17 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରା; ଥିଲେ । 18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋହର ଅବଲମ୍ଵନ ହେଲେ । 19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ । 20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ । 21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ଵରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ । 22 ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ । 23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି । 24 ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି । 25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ; 26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ । ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; 27 କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ । 28 ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ଵଳାଇବ; ସଦାପ୍ରଭୁ ମୋʼ ପରମେଶ୍ଵର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ । 29 କାରଣ ତୁମ୍ଭ ଦ୍ଵାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ଵରଙ୍କ ଦ୍ଵାରା ମୁଁ ପ୍ରାଚୀର ଡିଏଁ । 30 ପରମେଶ୍ଵରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ । 31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ଵର କିଏ? ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଶୈଳ କିଏ? 32 ସେହି ପରମେଶ୍ଵର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି । 33 ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି । 34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ । 35 ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି । 36 ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ । 37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବାଯାଏ ମୁଁ ଫେରି ଆସିବି ନାହିଁ । 38 ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ । 39 କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ । 40 ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି । 41 ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ । 42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି । 43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ଵରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ । 44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ । 45 ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ । 46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ । 47 ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି । 48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ । 49 ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି । 50 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି ।
1. ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ଵରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରୁଥାଏ । 2. ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ଵର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ । 3. ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି । 4. ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା । 5. ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ପାଶ ମୋʼ ଉପରେ ପଡ଼ିଲା । 6. ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ଵରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା । 7. ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା । 8. ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା । 9. ସେ ଆକାଶମଣ୍ତଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା । 10. ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ । 11. ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ । 12. ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ନିର୍ଗତ କଲା । 13. ସଦାପ୍ରଭୁ ମଧ୍ୟ ଆକାଶମଣ୍ତଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ; (ତାହା) ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର । 14. ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ । 15. ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ଵାସବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା । 16. ସେ ଊର୍ଦ୍ଧ୍ଵରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ, 17. ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରା; ଥିଲେ । 18. ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋହର ଅବଲମ୍ଵନ ହେଲେ । 19. ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ । 20. ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ । 21. କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ଵରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ । 22. ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ । 23. ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି । 24. ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି । 25. ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ; 26. ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ । ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; 27. କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ । 28. ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ଵଳାଇବ; ସଦାପ୍ରଭୁ ମୋʼ ପରମେଶ୍ଵର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ । 29. କାରଣ ତୁମ୍ଭ ଦ୍ଵାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ଵରଙ୍କ ଦ୍ଵାରା ମୁଁ ପ୍ରାଚୀର ଡିଏଁ । 30. ପରମେଶ୍ଵରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ । 31. କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ଵର କିଏ? ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଶୈଳ କିଏ? 32. ସେହି ପରମେଶ୍ଵର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି । 33. ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି । 34. ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ । 35. ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି । 36. ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ । 37. ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବାଯାଏ ମୁଁ ଫେରି ଆସିବି ନାହିଁ । 38. ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ । 39. କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ । 40. ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି । 41. ସେମାନେ ଡାକ ପକାଇଲେ, ମାତ୍ର ତ୍ରାଣ କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ । 42. ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି । 43. ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ଵରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ । 44. ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ । 45. ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ । 46. ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ । 47. ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି । 48. ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ । 49. ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି । 50. ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References