ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 2

1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, 2 ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ଵାରା ଲିଖିତ ବୋଲି ମନେ କରି କୌଣସି ପତ୍ର ଦ୍ଵାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ । 3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ । 4 ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ । 5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ? 6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ । 7 କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । 8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ । 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, 10 କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି । 11 ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି, 12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି । 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି; 14 ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି । 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ । 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି, 17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।
1 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, .::. 2 ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ଵାରା ଲିଖିତ ବୋଲି ମନେ କରି କୌଣସି ପତ୍ର ଦ୍ଵାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ । .::. 3 କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ । .::. 4 ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ । .::. 5 ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ? .::. 6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ । .::. 7 କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । .::. 8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ । .::. 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, .::. 10 କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି । .::. 11 ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି, .::. 12 ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି । .::. 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି; .::. 14 ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି । .::. 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ । .::. 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି, .::. 17 ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ । .::.
  • ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 1  
  • ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 2  
  • ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଅଧ୍ୟାୟ 3  
×

Alert

×

Oriya Letters Keypad References