ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 28

1 ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି । 2 ମୃତ୍ତିକାରୁ ଲୁହା କଢ଼ାଯାଏ ଓ ପ୍ରସ୍ତରରୁ ପିତ୍ତଳ ତରଳାଯାଏ । 3 ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ । 4 ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ଵାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି । 5 ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ଵାରା ଲଣ୍ତଭଣ୍ତ ହେଲା ପରି ହୁଏ । 6 ତହିଁର ପ୍ରସ୍ତର ନୀଳକା; ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ । 7 କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ; 8 ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ । 9 ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍ଟାଇ ପକାଏ । 10 ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ । 11 ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ । 12 ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ? 13 ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ । 14 ବାରିଧି କହେ, ତାହା ମୋʼଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋʼଠାରେ ନାହିଁ । 15 ସୁବର୍ଣ୍ଣ ଦ୍ଵାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ । 16 ଓଫୀର୍ର ସୁବର୍ଣ୍ଣ ଦ୍ଵାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକା; ମଣି ଦ୍ଵାରା ନୁହେଁ । 17 ସ୍ଵର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ଵର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ । 18 ତହିଁ ନିକଟରେ ପ୍ରବାଳ ଓ ସ୍ଫଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ । 19 କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ । 20 ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ? 21 ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି । 22 ବିନାଶ ଓ ମୃତ୍ୟୁ କହନ୍ତି, ଆମ୍ଭେମାନେ ସ୍ଵକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ । 23 ପରମେଶ୍ଵର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି । 24 କାରଣ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥାନ ଦେଖି 25 ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ଵାରା ଜଳ ପରିମିତ କରନ୍ତି । 26 ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ; 27 ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦ; କଲେ । 28 ପୁଣି, ସେ ମନୁଷ୍ୟକୁ କହିଲେ, ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି ।
1. ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି । 2. ମୃତ୍ତିକାରୁ ଲୁହା କଢ଼ାଯାଏ ଓ ପ୍ରସ୍ତରରୁ ପିତ୍ତଳ ତରଳାଯାଏ । 3. ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ । 4. ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ଵାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି । 5. ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ଵାରା ଲଣ୍ତଭଣ୍ତ ହେଲା ପରି ହୁଏ । 6. ତହିଁର ପ୍ରସ୍ତର ନୀଳକା; ମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ । 7. କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ; 8. ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ । 9. ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲ୍ଟାଇ ପକାଏ । 10. ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ । 11. ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ । 12. ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ? 13. ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ । 14. ବାରିଧି କହେ, ତାହା ମୋʼଠାରେ ନାହିଁ; ପୁଣି, ସମୁଦ୍ର କହେ, ତାହା ମୋʼଠାରେ ନାହିଁ । 15. ସୁବର୍ଣ୍ଣ ଦ୍ଵାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ । 16. ଓଫୀର୍ର ସୁବର୍ଣ୍ଣ ଦ୍ଵାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକା; ମଣି ଦ୍ଵାରା ନୁହେଁ । 17. ସ୍ଵର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ଵର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ । 18. ତହିଁ ନିକଟରେ ପ୍ରବାଳ ଓ ସ୍ଫଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ । 19. କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ । 20. ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ? 21. ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି । 22. ବିନାଶ ଓ ମୃତ୍ୟୁ କହନ୍ତି, ଆମ୍ଭେମାନେ ସ୍ଵକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ । 23. ପରମେଶ୍ଵର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି । 24. କାରଣ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥାନ ଦେଖି 25. ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ଵାରା ଜଳ ପରିମିତ କରନ୍ତି । 26. ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ ପାଇଁ ପଥ ସ୍ଥିର କଲେ; 27. ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦ; କଲେ । 28. ପୁଣି, ସେ ମନୁଷ୍ୟକୁ କହିଲେ, ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References