ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4

1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ । 2 ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି; 3 ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ । 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ । 5 ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା । 6 ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ । 7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ । 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର । 9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, 10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି ।
1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ଦ୍ଵାର ଉନ୍ମୁକ୍ତ; ପୁଣି ତୂରୀଶଦ୍ଦ ସଦୃଶ ମୋʼ ସହିତ କହୁଥିବା ଯେଉଁ ସ୍ଵର ମୁଁ ପୂର୍ବରେ ଶୁଣିଥିଲି, ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ । .::. 2 ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ଵର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି ସିଂହାସନ ଉପରେ ଜଣେ ଉପବିଷ୍ଟ ଅଛନ୍ତି; .::. 3 ଉପବିଷ୍ଟ ବ୍ୟକ୍ତିଙ୍କର ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତମଣି ତୁଲ୍ୟ । .::. 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ । .::. 5 ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା । .::. 6 ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ । .::. 7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ । .::. 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର । .::. 9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, .::. 10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, .::. 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ଵର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ସୁଭାଜନ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହିସବୁ ସତ୍ତ୍ଵ ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି । .::.
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22  
×

Alert

×

Oriya Letters Keypad References