ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ

ରେକର୍ଡଗୁଡିକ

ହିତୋପଦେଶ ଅଧ୍ୟାୟ 2

1 ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ; 2 ଯେବେ ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; 3 ହଁ, ଯେବେ ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ଵର କର; 4 ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ 5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ଵରଙ୍କ ବିଷୟକ ତତ୍ତ୍ଵଜ୍ଞାନ ପାଇବ । 6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ । 7 ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ଵଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ଵରୂପ ଅଟନ୍ତି । 8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ । 9 ତହୁଁ ତୁମ୍ଭେ ଧାର୍ମିକତା ଓ ସୁବିଚାର ଓ ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ । 10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; 11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ । 12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, 13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; 14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; 15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ । 16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ଵରଙ୍କ ନିୟମ ପାସୋରେ ହିତୋ. ୫:୩ 17 ଯାହାର ଗୃହ ମୃତ୍ୟୁଆଡ଼େ 18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, 19 ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ । 20 ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ଵନ କର, 21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ । 22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ଵାସଘାତକମାନେ ତହିଁରୁ ଉତ୍ପାଟିତ ହେବେ ।
1. ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ; 2. ଯେବେ ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; 3. ହଁ, ଯେବେ ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ଵର କର; 4. ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ 5. ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ଵରଙ୍କ ବିଷୟକ ତତ୍ତ୍ଵଜ୍ଞାନ ପାଇବ । 6. ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ । 7. ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ଵଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ଵରୂପ ଅଟନ୍ତି । 8. ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ । 9. ତହୁଁ ତୁମ୍ଭେ ଧାର୍ମିକତା ଓ ସୁବିଚାର ଓ ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ । 10. କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; 11. ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ । 12. ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, 13. ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; 14. ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; 15. ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ । 16. ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ଵରଙ୍କ ନିୟମ ପାସୋରେ ହିତୋ. ୫:୩ 17. ଯାହାର ଗୃହ ମୃତ୍ୟୁଆଡ଼େ 18. ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, 19. ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ । 20. ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ଵନ କର, 21. ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ । 22. ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ଵାସଘାତକମାନେ ତହିଁରୁ ଉତ୍ପାଟିତ ହେବେ ।
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References