ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଙ୍କ ପ୍ରଥମ ପତ୍ର

ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 1

ଜୀବନଦାୟୀ ବାକ୍ୟ 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ । 2 ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ । 3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି । 4 ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ । ଜ୍ୟୋତିଃରେ ଆଚରଣ 5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ । 6 ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ । 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ । 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ । 9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି । 10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।
1. {#1ଜୀବନଦାୟୀ ବାକ୍ୟ } ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ । 2. ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ । 3. ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି । 4. ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ । 5. {#1ଜ୍ୟୋତିଃରେ ଆଚରଣ } ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ । 6. ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ । 7. କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ । 8. ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ । 9. ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି । 10. ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ ।
  • ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 1  
  • ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 2  
  • ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 3  
  • ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 4  
  • ଯୋହନଙ୍କ ପ୍ରଥମ ପତ୍ର ଅଧ୍ୟାୟ 5  
×

Alert

×

Oriya Letters Keypad References