ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5

ମଣ୍ଡଳୀ ପ୍ରତି ଆଦେଶ 1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, 2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଁ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର । 3 ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର । 4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ । 5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ; 6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ । 7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ । 8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ । 9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ । 11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; 12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଘଂନ କରିବାରୁ ଦଣ୍ଡନୀୟ ହୁଅନ୍ତି । 13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି । 14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ; 15 କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କ ଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି । 16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ , ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ । 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ । 18 କାରଣ ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ" । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । 19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ । 20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି । 21 ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ । 22 ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ । 23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର । 24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ । 25 ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।
1. {#1ମଣ୍ଡଳୀ ପ୍ରତି ଆଦେଶ } ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, 2. ବୃଦ୍ଧା ସ୍ତ୍ରୀମାନଙ୍କୁ ମାଁ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର । 3. ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର । 4. କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ । 5. ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ; 6. କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ । 7. ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ । 8. କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ । 9. ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, 10. ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ । 11. କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; 12. ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଘଂନ କରିବାରୁ ଦଣ୍ଡନୀୟ ହୁଅନ୍ତି । 13. ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି । 14. ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ; 15. କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କ ଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି । 16. ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ , ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ । 17. ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ । 18. କାରଣ ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ" । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । 19. ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ । 20. ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି । 21. ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ । 22. ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ । 23. ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର । 24. କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ । 25. ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6  
×

Alert

×

Oriya Letters Keypad References