ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଦିତୀୟ ଶାମୁୟେଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
12
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
ରେକର୍ଡଗୁଡିକ
ଦିତୀୟ ଶାମୁୟେଲ 12:0 (07 35 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଦିତୀୟ ଶାମୁୟେଲ ଅଧ୍ୟାୟ 12
ନାଥନଙ୍କ ବାର୍ତ୍ତା ଓ ଦାଉଦଙ୍କ ଅନୁତାପ
1
ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।
2
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;
3
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।
4
ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”
5
ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ;
6
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”
7
ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
8
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ।
9
ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
10
ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’
11
ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।
12
ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’ ”
13
ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
14
ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
15
ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
ଦାଉଦଙ୍କ ପୁତ୍ରର ମୃତ୍ୟୁୁ
16
ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
17
ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।
18
ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ ?”
19
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି ?” ସେମାନେ କହିଲେ, “ମଲାଣି।”
20
ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।
21
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”
22
ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।”
23
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି ? ମୁଁ କି ତାକୁ ଫେରାଇ ଆଣି ପାରିବି ? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।”
ଶଲୋମନଙ୍କ ଜନ୍ମ
24
ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।
25
ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ
*
ଯିଦିଦୀୟ ଅର୍ଥାତ୍ ସଦାପ୍ରଭୁଙ୍କ ପ୍ରିୟ
ଦେଲେ।
ଦାଉଦଙ୍କ ରବ୍ବା ନଗରୀ ଦଖଲ
26
ଏଥି ମଧ୍ୟରେ ଯୋୟାବ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।
27
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।
28
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋ’ ନାମାନୁସାରେ ଖ୍ୟାତ ହେବ।”
29
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।
30
ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ
†
ପ୍ରାୟ 33 କିଲୋଗ୍ରାମ୍
ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ।
31
ଆହୁରି ଦାଉଦ ନଗର ମଧ୍ୟରୁ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
ଦିତୀୟ ଶାମୁୟେଲ 12
1. {#1ନାଥନଙ୍କ ବାର୍ତ୍ତା ଓ ଦାଉଦଙ୍କ ଅନୁତାପ } ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର। 2. ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା; 3. ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା। 4. ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।” 5. ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ; 6. ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।” 7. ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ; 8. ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ। 9. ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ। 10. ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’ 11. ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ। 12. ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’ ” 13. ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ। 14. ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।” 15. ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା। 16. {#1ଦାଉଦଙ୍କ ପୁତ୍ରର ମୃତ୍ୟୁୁ } ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ। 17. ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ। 18. ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ ?” 19. ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି ?” ସେମାନେ କହିଲେ, “ମଲାଣି।” 20. ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ। 21. ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।” 22. ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।” 23. ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି ? ମୁଁ କି ତାକୁ ଫେରାଇ ଆଣି ପାରିବି ? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।” 24. {#1ଶଲୋମନଙ୍କ ଜନ୍ମ } ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ। 25. ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ[* ଯିଦିଦୀୟ ଅର୍ଥାତ୍ ସଦାପ୍ରଭୁଙ୍କ ପ୍ରିୟ ] ଦେଲେ। 26. {#1ଦାଉଦଙ୍କ ରବ୍ବା ନଗରୀ ଦଖଲ } ଏଥି ମଧ୍ୟରେ ଯୋୟାବ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା। 27. ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି। 28. ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋ’ ନାମାନୁସାରେ ଖ୍ୟାତ ହେବ।” 29. ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ। 30. ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ[† ପ୍ରାୟ 33 କିଲୋଗ୍ରାମ୍ ] ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ। 31. ଆହୁରି ଦାଉଦ ନଗର ମଧ୍ୟରୁ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
ଦିତୀୟ ଶାମୁୟେଲ ଅଧ୍ୟାୟ 1
ଦିତୀୟ ଶାମୁୟେଲ ଅଧ୍ୟାୟ 2
ଦିତୀୟ ଶାମୁୟେଲ ଅଧ୍ୟାୟ 3
ଦିତୀୟ ଶାମୁୟେଲ ଅଧ୍ୟାୟ 4
ଦିତୀୟ ଶାମୁୟେଲ ଅଧ୍ୟାୟ 5
ଦିତୀୟ ଶାମୁୟେଲ ଅଧ୍ୟାୟ 6
ଦିତୀୟ ଶାମୁୟେଲ ଅଧ୍ୟାୟ 7
ଦିତୀୟ ଶାମୁୟେଲ ଅଧ୍ୟାୟ 8
ଦିତୀୟ ଶାମୁୟେଲ ଅଧ୍ୟାୟ 9
ଦିତୀୟ ଶାମୁୟେଲ ଅଧ୍ୟାୟ 10
ଦିତୀୟ ଶାମୁୟେଲ ଅଧ୍ୟାୟ 11
ଦିତୀୟ ଶାମୁୟେଲ ଅଧ୍ୟାୟ 12
ଦିତୀୟ ଶାମୁୟେଲ ଅଧ୍ୟାୟ 13
ଦିତୀୟ ଶାମୁୟେଲ ଅଧ୍ୟାୟ 14
ଦିତୀୟ ଶାମୁୟେଲ ଅଧ୍ୟାୟ 15
ଦିତୀୟ ଶାମୁୟେଲ ଅଧ୍ୟାୟ 16
ଦିତୀୟ ଶାମୁୟେଲ ଅଧ୍ୟାୟ 17
ଦିତୀୟ ଶାମୁୟେଲ ଅଧ୍ୟାୟ 18
ଦିତୀୟ ଶାମୁୟେଲ ଅଧ୍ୟାୟ 19
ଦିତୀୟ ଶାମୁୟେଲ ଅଧ୍ୟାୟ 20
ଦିତୀୟ ଶାମୁୟେଲ ଅଧ୍ୟାୟ 21
ଦିତୀୟ ଶାମୁୟେଲ ଅଧ୍ୟାୟ 22
ଦିତୀୟ ଶାମୁୟେଲ ଅଧ୍ୟାୟ 23
ଦିତୀୟ ଶାମୁୟେଲ ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References