ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରେରିତମାନଙ୍କ କାର୍ଯ୍ୟର ବିବରଣ

ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14

ଇକନୀୟରେ କାର୍ଯ୍ୟ 1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ । 2 କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ । 3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ । 4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ । 5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ, 6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ, 7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ । ଲୁସ୍ତ୍ରା ଓ ଦର୍ବୀରେ କାର୍ଯ୍ୟ 8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା । 9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, 10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା । 11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି । 12 ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ । 13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ । 14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି; 16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ । 17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି । 18 ଏହି ସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ । ଲୁସ୍ତ୍ରାରେ ପାଉଲଙ୍କୁ ପ୍ରସ୍ତରାଘାତ 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ । 20 ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ । 21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ । 23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ । ସିରିୟାର ଆନ୍ତିୟଖିଆକୁ ପ୍ରତ୍ୟାବର୍ତ୍ତନ 24 ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ, 25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ । 26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ । 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ । 28 ଆଉ ସେମାନେ ଶିଷ୍ୟମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ ।
ଇକନୀୟରେ କାର୍ଯ୍ୟ 1 ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ । .::. 2 କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ । .::. 3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ । .::. 4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ । .::. 5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ, .::. 6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ, .::. 7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ । .::. ଲୁସ୍ତ୍ରା ଓ ଦର୍ବୀରେ କାର୍ଯ୍ୟ 8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା । .::. 9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, .::. 10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା । .::. 11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି । .::. 12 ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ । .::. 13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ । .::. 14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, .::. 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି; .::. 16 ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ । .::. 17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି । .::. 18 ଏହି ସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ । .::. ଲୁସ୍ତ୍ରାରେ ପାଉଲଙ୍କୁ ପ୍ରସ୍ତରାଘାତ 19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ । .::. 20 ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ । .::. 21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ, .::. 22 ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ । .::. 23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ । .::. ସିରିୟାର ଆନ୍ତିୟଖିଆକୁ ପ୍ରତ୍ୟାବର୍ତ୍ତନ 24 ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ, .::. 25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ । .::. 26 ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ । .::. 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ । .::. 28 ଆଉ ସେମାନେ ଶିଷ୍ୟମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ ।
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 1  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 2  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 4  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 5  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 6  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 7  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 9  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 10  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 11  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 12  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 13  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 15  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 16  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 17  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 18  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 19  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 20  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 21  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 22  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 23  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 24  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 25  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 26  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 27  
  • ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 28  
×

Alert

×

Oriya Letters Keypad References