ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆମୋଷ

ଆମୋଷ ଅଧ୍ୟାୟ 2

1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା; 2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ; 3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି। ଯିହୁଦାର ଦଣ୍ଡ 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।” ଇସ୍ରାଏଲର ଦଣ୍ଡ 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି; 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି; 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି। 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ। 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ। 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।” ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ ? 12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’ 13 ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା। 14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ; 15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ; 16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ।” ଏହା ସଦାପ୍ରଭୁ କହନ୍ତି।
1 ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା; .::. 2 ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ; .::. 3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି। .::. ଯିହୁଦାର ଦଣ୍ଡ 4 ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି; .::. 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।” .::. ଇସ୍ରାଏଲର ଦଣ୍ଡ 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି; .::. 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି; .::. 8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି। .::. 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ। .::. 10 ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ। .::. 11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।” ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ ? .::. 12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’ .::. 13 ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା। .::. 14 ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ; .::. 15 ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ; .::. 16 ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ।” ଏହା ସଦାପ୍ରଭୁ କହନ୍ତି।
  • ଆମୋଷ ଅଧ୍ୟାୟ 1  
  • ଆମୋଷ ଅଧ୍ୟାୟ 2  
  • ଆମୋଷ ଅଧ୍ୟାୟ 3  
  • ଆମୋଷ ଅଧ୍ୟାୟ 4  
  • ଆମୋଷ ଅଧ୍ୟାୟ 5  
  • ଆମୋଷ ଅଧ୍ୟାୟ 6  
  • ଆମୋଷ ଅଧ୍ୟାୟ 7  
  • ଆମୋଷ ଅଧ୍ୟାୟ 8  
  • ଆମୋଷ ଅଧ୍ୟାୟ 9  
×

Alert

×

Oriya Letters Keypad References