ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଉପଦେଶକ

ରେକର୍ଡଗୁଡିକ

ଉପଦେଶକ ଅଧ୍ୟାୟ 12

1 ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।” 2 ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; 3 ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ; 4 ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ; 5 ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ* ଚିର ନିବାସକୁ ଅର୍ଥାତ୍ ମୃତ୍ୟୁର ସ୍ଥାନକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି; 6 ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ; 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ। 8 ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।” ସାର କଥା 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ। 10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ। 11 ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। 12 ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ। 13 ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। 14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
1. ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।” 2. ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; 3. ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ; 4. ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ; 5. ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ[* ଚିର ନିବାସକୁ ଅର୍ଥାତ୍ ମୃତ୍ୟୁର ସ୍ଥାନକୁ ] ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି; 6. ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ; 7. ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ। 8. ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।” 9. {#1ସାର କଥା } ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ। 10. ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ। 11. ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି। 12. ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ। 13. ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ। 14. ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
  • ଉପଦେଶକ ଅଧ୍ୟାୟ 1  
  • ଉପଦେଶକ ଅଧ୍ୟାୟ 2  
  • ଉପଦେଶକ ଅଧ୍ୟାୟ 3  
  • ଉପଦେଶକ ଅଧ୍ୟାୟ 4  
  • ଉପଦେଶକ ଅଧ୍ୟାୟ 5  
  • ଉପଦେଶକ ଅଧ୍ୟାୟ 6  
  • ଉପଦେଶକ ଅଧ୍ୟାୟ 7  
  • ଉପଦେଶକ ଅଧ୍ୟାୟ 8  
  • ଉପଦେଶକ ଅଧ୍ୟାୟ 9  
  • ଉପଦେଶକ ଅଧ୍ୟାୟ 10  
  • ଉପଦେଶକ ଅଧ୍ୟାୟ 11  
  • ଉପଦେଶକ ଅଧ୍ୟାୟ 12  
×

Alert

×

Oriya Letters Keypad References