ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ

ହୋଶେୟ ଅଧ୍ୟାୟ 9

ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। 2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। 4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ। 5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ? 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ। 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼। 8 ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। 10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ। 12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! 13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।” 14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ। 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। 16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। .::. 2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। .::. 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। .::. 4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ। .::. 5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ? .::. 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ। .::. 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼। .::. 8 ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। .::. 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। .::. 10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। .::. 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ। .::. 12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! .::. 13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।” .::. 14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ। .::. 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। .::. 16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। .::. 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References