ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯିଶାଇୟ

ରେକର୍ଡଗୁଡିକ

ଯିଶାଇୟ ଅଧ୍ୟାୟ 58

ପ୍ରକୃତ ଉପବାସ 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ। 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି। 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ। 5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ? 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ? 8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ। 9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; 10 ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ; 11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ। 12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।” ବିଶ୍ରାମବାର ବିଧି ପାଳନର ପୁରସ୍କାର 13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ: 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
1. {#1ପ୍ରକୃତ ଉପବାସ } ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ। 2. ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି। 3. ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। 4. ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ। 5. ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କ’ଣ ମନୋନୀତ କରିଅଛୁ ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ ? 6. ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, 7. କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ? 8. ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ। 9. ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; 10. ପୁଣି, ଯଦି କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ; 11. ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ। 12. ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।” 13. {#1ବିଶ୍ରାମବାର ବିଧି ପାଳନର ପୁରସ୍କାର } ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ: 14. ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References