ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 16

ଆୟୁବ - ତୁମ୍ଭେ ସବୁ ମିଥ୍ୟା ସାନ୍ତ୍ୱନାକାରୀ 1 ଏଥିରେ ଆୟୁବ ଉତ୍ତର କରି କହିଲା, 2 “ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ। 3 ଅସାର କଥାରେ କି ଶେଷ ଥାଏ ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି ? 4 ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା’ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି। 5 ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋ’ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା। 6 ମୁଁ କଥା କହିଲେ ହେଁ ମୋ’ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ ମୋହର ଆରାମ ହୁଏ ନାହିଁ। 7 ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ। 8 ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋ’ କ୍ଷୀଣତା ମୋ’ ପ୍ରତିକୂଳରେ ଉଠି ମୋ’ ମୁଖ ଆଗରେ ସାକ୍ଷ୍ୟ ଦିଏ। 9 ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ’ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ’ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି। 10 ସେମାନେ ମୋ’ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍‍କାରପୂର୍ବକ ମୋ’ ଗାଲରେ ମାରିଅଛନ୍ତି; ସେମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି। 11 ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି। 12 ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ’ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି। 13 ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି। 14 ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି। 15 ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି। 16 ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଚ୍ଛାୟା ମୋ’ ଚକ୍ଷୁର ପତା ଉପରେ ଅଛି। 17 ତଥାପି ମୋ’ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ। 18 ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ। 19 ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋ’ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି। 20 ମୋ’ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; 21 ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ। 22 କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି।
ଆୟୁବ - ତୁମ୍ଭେ ସବୁ ମିଥ୍ୟା ସାନ୍ତ୍ୱନାକାରୀ 1 ଏଥିରେ ଆୟୁବ ଉତ୍ତର କରି କହିଲା, .::. 2 “ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ। .::. 3 ଅସାର କଥାରେ କି ଶେଷ ଥାଏ ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି ? .::. 4 ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥା’ନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି। .::. 5 ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋ’ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା। .::. 6 ମୁଁ କଥା କହିଲେ ହେଁ ମୋ’ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ ମୋହର ଆରାମ ହୁଏ ନାହିଁ। .::. 7 ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ। .::. 8 ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋ’ କ୍ଷୀଣତା ମୋ’ ପ୍ରତିକୂଳରେ ଉଠି ମୋ’ ମୁଖ ଆଗରେ ସାକ୍ଷ୍ୟ ଦିଏ। .::. 9 ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋ’ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋ’ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି। .::. 10 ସେମାନେ ମୋ’ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍‍କାରପୂର୍ବକ ମୋ’ ଗାଲରେ ମାରିଅଛନ୍ତି; ସେମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି। .::. 11 ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି। .::. 12 ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ’ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି। .::. 13 ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି। .::. 14 ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି। .::. 15 ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି। .::. 16 ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଚ୍ଛାୟା ମୋ’ ଚକ୍ଷୁର ପତା ଉପରେ ଅଛି। .::. 17 ତଥାପି ମୋ’ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ। .::. 18 ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ। .::. 19 ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋ’ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି। .::. 20 ମୋ’ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; .::. 21 ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ। .::. 22 କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References