ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ

ରେକର୍ଡଗୁଡିକ

ଆୟୁବ ପୁସ୍ତକ ଅଧ୍ୟାୟ 17

ଆୟୁବ - ମୋହର ଭରସା କାହିଁ ? 1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି। 2 ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି। 3 ହେ ପରମେଶ୍ଵର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ’ ପାଇଁ ଲଗା ହୁଏ; ଆଉ କିଏ ମୋ’ ହାତରେ ହାତ ଦେବ ? 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ। 5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ। 6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି। 7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି। 8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ। 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ। 10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ। 11 ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା। 12 ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି। 13 ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 14 ଯଦି ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ; 15 ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ? 16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।
1. {#1ଆୟୁବ - ମୋହର ଭରସା କାହିଁ ? } ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି। 2. ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି। 3. ହେ ପରମେଶ୍ଵର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ’ ପାଇଁ ଲଗା ହୁଏ; ଆଉ କିଏ ମୋ’ ହାତରେ ହାତ ଦେବ ? 4. କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ। 5. ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ। 6. ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି। 7. ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି। 8. ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ। 9. ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ। 10. ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ। 11. ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା। 12. ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି। 13. ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 14. ଯଦି ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ; 15. ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ? 16. ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References