ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 22

1 {ଇଲୀଫସ୍‍ - ଆୟୁବର ଦୁଷ୍ଟତା ଅଧିକ } ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, 2 “ମନୁଷ୍ୟ କ’ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ। 3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କ’ଣ ସର୍ବଶକ୍ତିମାନଙ୍କ ସୁଖର କାରଣ ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କ’ଣ ତାହାଙ୍କ ପ୍ରତି ଲାଭଜନକ ? 4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କ’ଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି ? 5 ତୁମ୍ଭର ଦୁଷ୍ଟତା କ’ଣ ବଡ଼ ନୁହେଁ ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ। 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ। 7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ। 8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା। 9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି। 10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି। 11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି। 12 ପରମେଶ୍ୱର କ’ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ ! 13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ’ଣ ଜାଣନ୍ତି ?’ ସେ ନିବିଡ଼ ଅନ୍ଧକାର ଦେଇ କ’ଣ ବିଚାର କରିପାରନ୍ତି ? 14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି। 15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କ’ଣ ସେହି ପୁରାତନ ପଥ ଧରିବ ? 16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା; 17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ପରମେଶ୍ଵର ଆମ୍ଭମାନଙ୍କ ପାଇଁ କ’ଣ କରି ପାରନ୍ତି ?’ 18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ। 19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି, 20 ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି। 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ। 22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର। 23 ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ଵରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ। 24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ; 25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ। 26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ। 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ। 28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ। 29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ[* ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଏବ୍ରୀ ଭାଷାରେ ଏହା ସ୍ପଷ୍ଟ ନୁହେଁ। ] କାରଣ ପରମେଶ୍ଵର ନମ୍ର ଲୋକକୁ ରକ୍ଷା କରିବେ। 30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”
1 {ଇଲୀଫସ୍‍ - ଆୟୁବର ଦୁଷ୍ଟତା ଅଧିକ } ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, .::. 2 “ମନୁଷ୍ୟ କ’ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ। .::. 3 ତୁମ୍ଭେ ଯେ ଧାର୍ମିକ ଅଟ, ଏହା କ’ଣ ସର୍ବଶକ୍ତିମାନଙ୍କ ସୁଖର କାରଣ ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କ’ଣ ତାହାଙ୍କ ପ୍ରତି ଲାଭଜନକ ? .::. 4 ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କ’ଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି ? .::. 5 ତୁମ୍ଭର ଦୁଷ୍ଟତା କ’ଣ ବଡ଼ ନୁହେଁ ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ। .::. 6 ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ। .::. 7 ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ। .::. 8 ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା। .::. 9 ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି। .::. 10 ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି। .::. 11 ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି। .::. 12 ପରମେଶ୍ୱର କ’ଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି ? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ ! .::. 13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ’ଣ ଜାଣନ୍ତି ?’ ସେ ନିବିଡ଼ ଅନ୍ଧକାର ଦେଇ କ’ଣ ବିଚାର କରିପାରନ୍ତି ? .::. 14 ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି। .::. 15 ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କ’ଣ ସେହି ପୁରାତନ ପଥ ଧରିବ ? .::. 16 ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା; .::. 17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ପରମେଶ୍ଵର ଆମ୍ଭମାନଙ୍କ ପାଇଁ କ’ଣ କରି ପାରନ୍ତି ?’ .::. 18 ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ। .::. 19 ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି, .::. 20 ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି। .::. 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ। .::. 22 ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର। .::. 23 ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ଵରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ। .::. 24 ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇ ଦିଅ; .::. 25 ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ। .::. 26 କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ। .::. 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ। .::. 28 ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ। .::. 29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ[* ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଏବ୍ରୀ ଭାଷାରେ ଏହା ସ୍ପଷ୍ଟ ନୁହେଁ। ] କାରଣ ପରମେଶ୍ଵର ନମ୍ର ଲୋକକୁ ରକ୍ଷା କରିବେ। .::. 30 ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References