ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 4

1 {ଇଲୀଫସ୍‍ - ନିର୍ଦ୍ଦୋଷର ସମୃଦ୍ଧି } ଏଥିରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, 2 “କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କ’ଣ ଦୁଃଖିତ ହେବ ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ ?” 3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ। 4 ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ। 5 ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ। 6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି ? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି ? 7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି ? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି ? 8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି। 9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍‍କାର ଦ୍ୱାରା ସଂହାରିତ ହୁଅନ୍ତି। 10 ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ। 11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା’ନ୍ତି। 12 କଥା ଗୋଟିଏ ଗୁପ୍ତରେ ମୋ’ ନିକଟରେ ପହଞ୍ଚିଲା ଓ ମୋ’ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା। 13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ, 14 ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା। 15 ତହିଁରେ ମୋ’ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋ’ ଶରୀର ରୋମାଞ୍ଚିତ ହୋଇ ଉଠିଲା। 16 ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋ’ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି, 17 ମର୍ତ୍ତ୍ୟର ମନୁଷ୍ୟ କ’ଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କ’ଣ ଅଧିକ ଶୁଚି ହେବ ? 18 ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି; 19 ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି। 20 ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ। 21 ସେମାନଙ୍କ ତମ୍ବୁ-ରଜ୍ଜୁ କ’ଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।
1 {ଇଲୀଫସ୍‍ - ନିର୍ଦ୍ଦୋଷର ସମୃଦ୍ଧି } ଏଥିରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା, .::. 2 “କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କ’ଣ ଦୁଃଖିତ ହେବ ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ ?” .::. 3 ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ। .::. 4 ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ। .::. 5 ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ। .::. 6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି ? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି ? .::. 7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି ? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି ? .::. 8 ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି। .::. 9 ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍‍କାର ଦ୍ୱାରା ସଂହାରିତ ହୁଅନ୍ତି। .::. 10 ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ। .::. 11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା’ନ୍ତି। .::. 12 କଥା ଗୋଟିଏ ଗୁପ୍ତରେ ମୋ’ ନିକଟରେ ପହଞ୍ଚିଲା ଓ ମୋ’ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା। .::. 13 ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ, .::. 14 ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା। .::. 15 ତହିଁରେ ମୋ’ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋ’ ଶରୀର ରୋମାଞ୍ଚିତ ହୋଇ ଉଠିଲା। .::. 16 ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋ’ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି, .::. 17 ମର୍ତ୍ତ୍ୟର ମନୁଷ୍ୟ କ’ଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କ’ଣ ଅଧିକ ଶୁଚି ହେବ ? .::. 18 ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି; .::. 19 ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି। .::. 20 ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ। .::. 21 ସେମାନଙ୍କ ତମ୍ବୁ-ରଜ୍ଜୁ କ’ଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References