ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋୟେଲ

ରେକର୍ଡଗୁଡିକ

ଯୋୟେଲ ଅଧ୍ୟାୟ 3

ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର 1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, 2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି। 3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି। 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା। 5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; 6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ। 7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; 8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। 10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।” 11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ। 12 ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା। 13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼। 14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି। ଯିହୁଦାର ଗୌରବମୟ ଭବିଷ୍ୟତ 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ। 17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ। 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। 20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ। 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
1. {#1ପରମେଶ୍ୱରଙ୍କ ଦ୍ୱାରା ଗୋଷ୍ଠୀଗଣର ବିଚାର } କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, 2. ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି। 3. ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି। 4. ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା। 5. କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; 6. ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ। 7. ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; 8. ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। 9. ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ। 10. ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।” 11. ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ। 12. ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା। 13. ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼। 14. ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି। 15. ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି। 16. {#1ଯିହୁଦାର ଗୌରବମୟ ଭବିଷ୍ୟତ } ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ। 17. “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। 18. ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ। 19. ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି। 20. ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ। 21. ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।
  • ଯୋୟେଲ ଅଧ୍ୟାୟ 1  
  • ଯୋୟେଲ ଅଧ୍ୟାୟ 2  
  • ଯୋୟେଲ ଅଧ୍ୟାୟ 3  
×

Alert

×

Oriya Letters Keypad References