ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର

ଲୂକଲିଖିତ ସୁସମାଚାର ଅଧ୍ୟାୟ 16

ଅବିଶ୍ୱସ୍ତ ଚତୁର ବେବର୍ତ୍ତାର ଦୃଷ୍ଟାନ୍ତ 1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ, 2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ । 3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କ'ଣ କରିବି ? ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି । ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି । 4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କ'ଣ କରିବି, ତାହା ବୁଝିଲିଣି । 5 ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଛ ? ସେ କହିଲା, ଶହେ ମହଣ ତେଲ । 6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ । 7 ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ ? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ । 8 ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ । 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ । 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ । 11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ? 12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ? 13 14 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ । ମୋଶାଙ୍କ ବ୍ୟବସ୍ଥା ଓ ଈଶ୍ୱରଙ୍କ ରାଜ୍ୟ
(ମାଥିଉ 11:12,13; 5:31,32; ମାର୍କ 10:11,12)
ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ । 16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି । 17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ । 18 19 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ । ଧନୀ ଲୋକ ଓ ଲାଜାର ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା; 20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, 21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ । 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା । 23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ । 24 25 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି । କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ । 26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ । 27 ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, 28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ । 29 କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ । 30 ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ । 31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ ।
ଅବିଶ୍ୱସ୍ତ ଚତୁର ବେବର୍ତ୍ତାର ଦୃଷ୍ଟାନ୍ତ 1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ, .::. 2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ । .::. 3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କ'ଣ କରିବି ? ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି । ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି । .::. 4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କ'ଣ କରିବି, ତାହା ବୁଝିଲିଣି । .::. 5 ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଛ ? ସେ କହିଲା, ଶହେ ମହଣ ତେଲ । .::. 6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ । .::. 7 ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ ? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ । .::. 8 ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ । .::. 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ । .::. 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ । .::. 11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ? .::. 12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ? .::. 13 .::. 14 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ । ମୋଶାଙ୍କ ବ୍ୟବସ୍ଥା ଓ ଈଶ୍ୱରଙ୍କ ରାଜ୍ୟ
(ମାଥିଉ 11:12,13; 5:31,32; ମାର୍କ 10:11,12)
ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । .::. 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ । .::. 16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି । .::. 17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ । .::. 18 .::. 19 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ । ଧନୀ ଲୋକ ଓ ଲାଜାର ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା; .::. 20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା, .::. 21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ । .::. 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା । .::. 23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ । .::. 24 .::. 25 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି । କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ । .::. 26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ । .::. 27 ସେଥିରେ ସେ କହିଲେ, ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ, .::. 28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ । .::. 29 କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ । .::. 30 ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ । .::. 31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ ।
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 1  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 2  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 3  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 4  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 5  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 6  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 7  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 8  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 9  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 10  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 11  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 12  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 13  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 14  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 15  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 16  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 17  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 18  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 19  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 20  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 21  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 22  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 23  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 24  
×

Alert

×

Oriya Letters Keypad References