ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଲୂକଲିଖିତ ସୁସମାଚାର

ଲୂକଲିଖିତ ସୁସମାଚାର ଅଧ୍ୟାୟ 17

ବିଘ୍ନଜନକ ପାପ ଓ କ୍ଷମା ପ୍ରଦାନ
(ମାଥିଉ 18:6,7,21,22; ମାର୍କ 9:42)

1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; 2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା । 3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ । 4 ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର । ବିଶ୍ୱାସର ବୃଦ୍ଧି 5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ । 6 ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ । ଦାସର କର୍ତ୍ତବ୍ୟ 7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ? 8 ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ? 9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କ'ଣ ତାହାକୁ ଧନ୍ୟବାଦ ଦିଏ ? 10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ । ଦଶ କୁଷ୍ଠୀଙ୍କୁ ଯୀଶୁଙ୍କ ସୁସ୍ଥତା 11 ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ । 12 ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ; 13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ । 14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ । ଆଉ ସେମାନେ ଯାଉ ଯାଉ ଶୁଚି ହେଲେ । 15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, 16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ । 17 ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କ'ଣ ଶୁଚି ହେଲେ ନାହିଁ ? 18 ତେବେ ଆଉ ନଅ ଜଣ କାହାନ୍ତି ? ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୂଦୀ ଲୋକଟି ଛଡ଼ା କ'ଣ ଆଉ କେହି ଫେରିଆସି ନାହିଁ ? 19 ପୁଣି, ସେ ତାହାକୁ କହିଲେ, ଉଠି ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି । ଈଶ୍ୱରଙ୍କ ରାଜ୍ୟର ଆଗମନ
(ମାଥିଉ 24:23-28,37-41)

20 ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ; 21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି । 22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ । 23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ । 24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର (ଯୀଶୁ) ଆପଣା ଦିନରେ ସେହିପରି ହେବେ । 25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ । 26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; 27 ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା । 28 ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗେଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ, 29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା । 30 ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ । 31 ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ । 32 ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ । 33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ । 34 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ । 35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ । 36 [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।] 37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ ।
1. {#1ବିଘ୍ନଜନକ ପାପ ଓ କ୍ଷମା ପ୍ରଦାନ (ମାଥିଉ 18:6,7,21,22; ମାର୍କ 9:42) } ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; 2. ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା । 3. ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ । 4. ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର । 5. {#1ବିଶ୍ୱାସର ବୃଦ୍ଧି } ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ । 6. ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ । 7. {#1ଦାସର କର୍ତ୍ତବ୍ୟ } କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ? 8. ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ? 9. ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କ'ଣ ତାହାକୁ ଧନ୍ୟବାଦ ଦିଏ ? 10. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ । 11. {#1ଦଶ କୁଷ୍ଠୀଙ୍କୁ ଯୀଶୁଙ୍କ ସୁସ୍ଥତା } ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ । 12. ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ; 13. ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ । 14. ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ । ଆଉ ସେମାନେ ଯାଉ ଯାଉ ଶୁଚି ହେଲେ । 15. କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, 16. ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ । 17. ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କ'ଣ ଶୁଚି ହେଲେ ନାହିଁ ? 18. ତେବେ ଆଉ ନଅ ଜଣ କାହାନ୍ତି ? ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୂଦୀ ଲୋକଟି ଛଡ଼ା କ'ଣ ଆଉ କେହି ଫେରିଆସି ନାହିଁ ? 19. ପୁଣି, ସେ ତାହାକୁ କହିଲେ, ଉଠି ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି । 20. {#1ଈଶ୍ୱରଙ୍କ ରାଜ୍ୟର ଆଗମନ (ମାଥିଉ 24:23-28,37-41) } ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ; 21. କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି । 22. କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ, କିନ୍ତୁ ଦେଖିବ ନାହିଁ । 23. ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ । 24. କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର (ଯୀଶୁ) ଆପଣା ଦିନରେ ସେହିପରି ହେବେ । 25. ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ । 26. ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ; 27. ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ, ପୁଣି, ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା । 28. ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା, ଲୋକମାନେ ଖିଆପିଆ, କିଣାବିକା, ଗଛ ଲଗେଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ, 29. କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା । 30. ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ । 31. ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ଫେରି ନ ଯାଉ । 32. ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ । 33. ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ । 34. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ । 35. ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ । 36. [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।] 37. ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ ।
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 1  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 2  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 3  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 4  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 5  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 6  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 7  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 8  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 9  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 10  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 11  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 12  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 13  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 14  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 15  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 16  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 17  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 18  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 19  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 20  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 21  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 22  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 23  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 24  
×

Alert

×

Oriya Letters Keypad References