ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଲୂକଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
19
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
ରେକର୍ଡଗୁଡିକ
ଲୂକଲିଖିତ ସୁସମାଚାର 19:0 (06 00 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲୂକଲିଖିତ ସୁସମାଚାର ଅଧ୍ୟାୟ 19
ଯୀଶୁ ଓ ଜଖୀୟ
1
ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ ।
2
ଆଉ ଦେଖ, ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ । ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ ।
3
ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ ।
4
ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା ।
5
ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
6
ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
7
ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି ।
8
କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
9
ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ;
10
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
ଦଶ ଗୋଟି ମୋହରର ଦୃଷ୍ଟାନ୍ତ
(ମାଥିଉ 25:14-30)
11
ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
12
ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ ।
13
ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର ।
14
କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।
15
ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।
16
ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି ।
17
ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
18
ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି ।
19
ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।
20
ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି;
21
କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।
22
ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ?
23
ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି ।
24
ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ ।
25
ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୁଦ୍ରା ଅଛି ।
26
ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ । କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
27
କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।
ଯୀଶୁଙ୍କ ବିଜୟ ଯାତ୍ରା
(ମାଥିଉ 21:1-11; ମାର୍କ 11:1-11; ଯୋହନ 12:12-19)
28
29
ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।
ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
30
ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।
31
ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
32
ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।
33
ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ?
34
ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ।
35
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
36
ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।
37
ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ,
38
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା ।
39
ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।
40
ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।
ଯିରୂଶାଲମ ନିମନ୍ତେ ଯୀଶୁଙ୍କ ବିଳାପ
41
ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
42
ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।
43
ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
44
ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ ।
ଯୀଶୁଙ୍କ ମନ୍ଦିର ପରିଷ୍କାର
(ମାଥିଉ 21:12-17; ମାର୍କ 11:15-19; ଯୋହନ 2:13-22)
45
ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ,
46
ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ ।
47
ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
48
କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।
ଲୂକଲିଖିତ ସୁସମାଚାର 19
1. {#1ଯୀଶୁ ଓ ଜଖୀୟ } ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ । 2. ଆଉ ଦେଖ, ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ । ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ । 3. ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ । 4. ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା । 5. ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ । 6. ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ । 7. ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି । 8. କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି । 9. ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ; 10. କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି । 11. {#1ଦଶ ଗୋଟି ମୋହରର ଦୃଷ୍ଟାନ୍ତ (ମାଥିଉ 25:14-30) } ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ । 12. ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ । 13. ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର । 14. କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ । 15. ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ । 16. ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି । 17. ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ । 18. ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି । 19. ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ । 20. ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୁଦ୍ରା, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି; 21. କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି । 22. ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କ'ଣ ଜାଣିଥିଲୁ ? 23. ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି । 24. ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୁଦ୍ରା ନେଇଯାଇ, ଯାହାର ଦଶ ମୁଦ୍ରା ଅଛି, ତାହାକୁ ଦିଅ । 25. ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୁଦ୍ରା ଅଛି । 26. ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ । କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ । 27. କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର । 28. {#1ଯୀଶୁଙ୍କ ବିଜୟ ଯାତ୍ରା (ମାଥିଉ 21:1-11; ମାର୍କ 11:1-11; ଯୋହନ 12:12-19) } 29. ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ । ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ, 30. ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ । 31. ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । 32. ସେଥିରେ ପଠାଯାଇଥିବା ଲୋକେ ଯାଇ, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ । 33. ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ ? 34. ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । 35. ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ । 36. ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ । 37. ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, 38. ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା । 39. ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ । 40. ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ । 41. {#1ଯିରୂଶାଲମ ନିମନ୍ତେ ଯୀଶୁଙ୍କ ବିଳାପ } ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ, 42. ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି । 43. ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ, 44. ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ । 45. {#1ଯୀଶୁଙ୍କ ମନ୍ଦିର ପରିଷ୍କାର (ମାଥିଉ 21:12-17; ମାର୍କ 11:15-19; ଯୋହନ 2:13-22) } ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ, 46. ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ । 47. ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, 48. କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।
ଲୂକଲିଖିତ ସୁସମାଚାର ଅଧ୍ୟାୟ 1
ଲୂକଲିଖିତ ସୁସମାଚାର ଅଧ୍ୟାୟ 2
ଲୂକଲିଖିତ ସୁସମାଚାର ଅଧ୍ୟାୟ 3
ଲୂକଲିଖିତ ସୁସମାଚାର ଅଧ୍ୟାୟ 4
ଲୂକଲିଖିତ ସୁସମାଚାର ଅଧ୍ୟାୟ 5
ଲୂକଲିଖିତ ସୁସମାଚାର ଅଧ୍ୟାୟ 6
ଲୂକଲିଖିତ ସୁସମାଚାର ଅଧ୍ୟାୟ 7
ଲୂକଲିଖିତ ସୁସମାଚାର ଅଧ୍ୟାୟ 8
ଲୂକଲିଖିତ ସୁସମାଚାର ଅଧ୍ୟାୟ 9
ଲୂକଲିଖିତ ସୁସମାଚାର ଅଧ୍ୟାୟ 10
ଲୂକଲିଖିତ ସୁସମାଚାର ଅଧ୍ୟାୟ 11
ଲୂକଲିଖିତ ସୁସମାଚାର ଅଧ୍ୟାୟ 12
ଲୂକଲିଖିତ ସୁସମାଚାର ଅଧ୍ୟାୟ 13
ଲୂକଲିଖିତ ସୁସମାଚାର ଅଧ୍ୟାୟ 14
ଲୂକଲିଖିତ ସୁସମାଚାର ଅଧ୍ୟାୟ 15
ଲୂକଲିଖିତ ସୁସମାଚାର ଅଧ୍ୟାୟ 16
ଲୂକଲିଖିତ ସୁସମାଚାର ଅଧ୍ୟାୟ 17
ଲୂକଲିଖିତ ସୁସମାଚାର ଅଧ୍ୟାୟ 18
ଲୂକଲିଖିତ ସୁସମାଚାର ଅଧ୍ୟାୟ 19
ଲୂକଲିଖିତ ସୁସମାଚାର ଅଧ୍ୟାୟ 20
ଲୂକଲିଖିତ ସୁସମାଚାର ଅଧ୍ୟାୟ 21
ଲୂକଲିଖିତ ସୁସମାଚାର ଅଧ୍ୟାୟ 22
ଲୂକଲିଖିତ ସୁସମାଚାର ଅଧ୍ୟାୟ 23
ଲୂକଲିଖିତ ସୁସମାଚାର ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References