ଓଡିଆ ବାଇବଲ |
IRVOR
ORV
ଭାରତୀୟ ସଂଶୋଧିତ ସଂସ୍କରଣ (ISV)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଲୂକଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
24
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
ରେକର୍ଡଗୁଡିକ
ଲୂକଲିଖିତ ସୁସମାଚାର 24:0 (04 05 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲୂକଲିଖିତ ସୁସମାଚାର ଅଧ୍ୟାୟ 24
ଯୀଶୁଙ୍କ ପୁନରୁତ୍ଥାନ
(ମାଥିଉ 28:1-10; ମାର୍କ 16:1-8; ଯୋହନ 20:1-10)
1
ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
2
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3
କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।
4
ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5
ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ?
6
ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
7
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।
8
ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9
ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ ।
10
ଏମାନେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ ।
11
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ ।
12
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।]
ଇମ୍ମାୟୁ ପଥରେ
(ମାର୍କ 16:12,13)
13
ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14
ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।
15
ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16
କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।
17
ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ ।
18
ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?
19
ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20
ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ ।
21
22
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।
ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
23
ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି ।
24
ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ
25
ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
26
ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?
27
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।
28
ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।
29
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।
30
ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।
31
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।
32
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ?
33
ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
34
ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।
35
ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ ।
ଶିଷ୍ୟମାନଙ୍କୁ ଯୀଶୁଙ୍କ ଦର୍ଶନ
(ମାଥିଉ 28:16-20; ମାର୍କ 16:14-18; ଯୋହନ 20:19-23; ପ୍ରେରିତ 1:6-8)
36
କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।
37
ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।
38
ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ?
39
ଏ ଯେ ସ୍ୱୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ ।
40
[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।]
41
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ?
42
ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ ।
43
ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ ।
44
45
ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।
ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
46
ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,
47
ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
48
ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ
49
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।
ଯୀଶୁଙ୍କ ସ୍ୱର୍ଗାରୋହଣ
(ମାର୍କ 16:19,20; ପ୍ରେରିତ 1:9-11)
50
ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।
51
ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ ।
52
ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ,
53
ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 24
1. {#1ଯୀଶୁଙ୍କ ପୁନରୁତ୍ଥାନ (ମାଥିଉ 28:1-10; ମାର୍କ 16:1-8; ଯୋହନ 20:1-10) } ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ । 2. ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3. କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ । 4. ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5. ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ? 6. ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ, 7. ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର । 8. ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9. ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ । 10. ଏମାନେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ । 11. ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ । 12. [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।] 13. {#1ଇମ୍ମାୟୁ ପଥରେ (ମାର୍କ 16:12,13) } ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14. ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ । 15. ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16. କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ । 17. ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ । 18. ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ? 19. ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20. ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ । 21. 22. କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା । ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23. ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି । 24. ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ 25. ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26. ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ? 27. ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ । 28. ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ । 29. କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ । 30. ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ । 31. ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ । 32. ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ? 33. ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34. ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି । 35. ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ । 36. {#1ଶିଷ୍ୟମାନଙ୍କୁ ଯୀଶୁଙ୍କ ଦର୍ଶନ (ମାଥିଉ 28:16-20; ମାର୍କ 16:14-18; ଯୋହନ 20:19-23; ପ୍ରେରିତ 1:6-8) } କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ । 37. ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ । 38. ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ? 39. ଏ ଯେ ସ୍ୱୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ । 40. [ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।] 41. ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ? 42. ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ । 43. ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ । 44. 45. ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି । ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; 46. ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, 47. ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ । 48. ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ 49. ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ । 50. {#1ଯୀଶୁଙ୍କ ସ୍ୱର୍ଗାରୋହଣ (ମାର୍କ 16:19,20; ପ୍ରେରିତ 1:9-11) } ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ । 51. ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ । 52. ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ, 53. ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର ଅଧ୍ୟାୟ 1
ଲୂକଲିଖିତ ସୁସମାଚାର ଅଧ୍ୟାୟ 2
ଲୂକଲିଖିତ ସୁସମାଚାର ଅଧ୍ୟାୟ 3
ଲୂକଲିଖିତ ସୁସମାଚାର ଅଧ୍ୟାୟ 4
ଲୂକଲିଖିତ ସୁସମାଚାର ଅଧ୍ୟାୟ 5
ଲୂକଲିଖିତ ସୁସମାଚାର ଅଧ୍ୟାୟ 6
ଲୂକଲିଖିତ ସୁସମାଚାର ଅଧ୍ୟାୟ 7
ଲୂକଲିଖିତ ସୁସମାଚାର ଅଧ୍ୟାୟ 8
ଲୂକଲିଖିତ ସୁସମାଚାର ଅଧ୍ୟାୟ 9
ଲୂକଲିଖିତ ସୁସମାଚାର ଅଧ୍ୟାୟ 10
ଲୂକଲିଖିତ ସୁସମାଚାର ଅଧ୍ୟାୟ 11
ଲୂକଲିଖିତ ସୁସମାଚାର ଅଧ୍ୟାୟ 12
ଲୂକଲିଖିତ ସୁସମାଚାର ଅଧ୍ୟାୟ 13
ଲୂକଲିଖିତ ସୁସମାଚାର ଅଧ୍ୟାୟ 14
ଲୂକଲିଖିତ ସୁସମାଚାର ଅଧ୍ୟାୟ 15
ଲୂକଲିଖିତ ସୁସମାଚାର ଅଧ୍ୟାୟ 16
ଲୂକଲିଖିତ ସୁସମାଚାର ଅଧ୍ୟାୟ 17
ଲୂକଲିଖିତ ସୁସମାଚାର ଅଧ୍ୟାୟ 18
ଲୂକଲିଖିତ ସୁସମାଚାର ଅଧ୍ୟାୟ 19
ଲୂକଲିଖିତ ସୁସମାଚାର ଅଧ୍ୟାୟ 20
ଲୂକଲିଖିତ ସୁସମାଚାର ଅଧ୍ୟାୟ 21
ଲୂକଲିଖିତ ସୁସମାଚାର ଅଧ୍ୟାୟ 22
ଲୂକଲିଖିତ ସୁସମାଚାର ଅଧ୍ୟାୟ 23
ଲୂକଲିଖିତ ସୁସମାଚାର ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References