ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର

ଲୂକଲିଖିତ ସୁସମାଚାର ଅଧ୍ୟାୟ 6

ବିଶ୍ରାମବାରର ପ୍ରଭୁ
(ମାଥିଉ 12:1-8; ମାର୍କ 2:23-28)

1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ । 2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାରରେ ଯାହା କରିବା ନିୟମ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ ? 3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ ? 4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ । 5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି । ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
(ମାଥିଉ 12:9-14; ମାର୍କ 3:1-6)

6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା । 7 ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି । 8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା । 9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ ? ଭଲ କରିବା ନା ମନ୍ଦ କରିବା ? ଜୀବନ ରକ୍ଷା କରିବା ନା ବିନାଶ କରିବା ? 10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା । 11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ । ଯୀଶୁଙ୍କ ବାର ଶିଷ୍ୟ ମନୋନୟନ
(ମାଥିଉ 10:1-4; ମାର୍କ 3:13-19)

12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ । 13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, 14 ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, 15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି, 16 ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । ଯୀଶୁଙ୍କ ଶିକ୍ଷା ଏବଂ ସୁସ୍ଥତା
(ମାଥିଉ 4:23-25)

17 ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା । କେଉଁମାନେ ଧନ୍ୟ
(ମାଥିଉ 5:1-12)

20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର । 21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ । ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ । 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ । 23 ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ । ସ୍ୱର୍ଗସ୍ଥ ପିତାଙ୍କ ସନ୍ତାନ ପରି ଆଚରଣ
(ମାଥିଉ 5:38-48; 7:12)

24 କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ । 25 ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ । ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ । 26 27 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ । କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର । 29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ । 30 ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ । 31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର । 32 ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି । 33 ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି । 34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି । 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି । 36 ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ । ଅନ୍ୟର ବିଚାର ନ କରିବା
(ମାଥିଉ 7:1-4)

37 38 ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ । କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; 39 ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ । ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ ? 40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ । 41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ? 42 ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି ? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ । ଗଛ ଓ ତା'ର ଫଳ
(ମାଥିଉ 7:16-20; 12:33-35)

43 କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ । 44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ । 45 46 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ । ଦୁଇ ଗୃହ ନିର୍ମାଣକାରୀ
(ମାଥିଉ 7:24-27)
ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ? 47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି । 48 ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା । 49 କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
ବିଶ୍ରାମବାରର ପ୍ରଭୁ
(ମାଥିଉ 12:1-8; ମାର୍କ 2:23-28)

1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ । .::. 2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାରରେ ଯାହା କରିବା ନିୟମ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ ? .::. 3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ ? .::. 4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ । .::. 5 ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି । .::. ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
(ମାଥିଉ 12:9-14; ମାର୍କ 3:1-6)

6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା । .::. 7 ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି । .::. 8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା । .::. 9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ ? ଭଲ କରିବା ନା ମନ୍ଦ କରିବା ? ଜୀବନ ରକ୍ଷା କରିବା ନା ବିନାଶ କରିବା ? .::. 10 ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା । .::. 11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ । .::. ଯୀଶୁଙ୍କ ବାର ଶିଷ୍ୟ ମନୋନୟନ
(ମାଥିଉ 10:1-4; ମାର୍କ 3:13-19)

12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ । .::. 13 ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, .::. 14 ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, .::. 15 ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି, .::. 16 ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । .::. ଯୀଶୁଙ୍କ ଶିକ୍ଷା ଏବଂ ସୁସ୍ଥତା
(ମାଥିଉ 4:23-25)

17 ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; .::. 18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; .::. 19 ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା । .::. କେଉଁମାନେ ଧନ୍ୟ
(ମାଥିଉ 5:1-12)

20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର । .::. 21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ । ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ । .::. 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ । .::. 23 ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ । .::. ସ୍ୱର୍ଗସ୍ଥ ପିତାଙ୍କ ସନ୍ତାନ ପରି ଆଚରଣ
(ମାଥିଉ 5:38-48; 7:12)

24 କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ । .::. 25 ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ । ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ । .::. 26 .::. 27 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ । କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; .::. 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର । .::. 29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ । .::. 30 ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ । .::. 31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର । .::. 32 ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି । .::. 33 ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି । .::. 34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି । .::. 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି । .::. 36 ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ । .::. ଅନ୍ୟର ବିଚାର ନ କରିବା
(ମାଥିଉ 7:1-4)

37 .::. 38 ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ । କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; .::. 39 ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ । ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ ? .::. 40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ । .::. 41 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ? .::. 42 ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି ? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ । .::. ଗଛ ଓ ତା'ର ଫଳ
(ମାଥିଉ 7:16-20; 12:33-35)

43 କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ । .::. 44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ । .::. 45 .::. 46 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ । ଦୁଇ ଗୃହ ନିର୍ମାଣକାରୀ
(ମାଥିଉ 7:24-27)
ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ? .::. 47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି । .::. 48 ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା । .::. 49 କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 1  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 2  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 3  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 4  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 5  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 6  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 7  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 8  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 9  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 10  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 11  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 12  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 13  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 14  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 15  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 16  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 17  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 18  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 19  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 20  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 21  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 22  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 23  
  • ଲୂକଲିଖିତ ସୁସମାଚାର ଅଧ୍ୟାୟ 24  
×

Alert

×

Oriya Letters Keypad References