ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ମାର୍କଲିଖିତ ସୁସମାଚାର

ମାର୍କଲିଖିତ ସୁସମାଚାର ଅଧ୍ୟାୟ 13

ମନ୍ଦିର ଧ୍ୱଂସ ବିଷୟରେ ସୂଚନା
(ମାଥିଉ 24:1,2; ଲୂକ 21:5,6)

1 ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ ! 2 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । ଯୁଗ ଶେଷର ଲକ୍ଷଣ
(ମାଥିଉ 24:3-14; ଲୂକ 21:7-19)

3 ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, 4 ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ । 5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ । 6 ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ । 7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ । 8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର । 9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ । 10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ । 11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି । 12 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; 13 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । ମହା ସଙ୍କଟ କାଳ
(ମାଥିଉ 24:15-28; ଲୂକ 21:20-24)

14 କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ; 15 ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ; 16 ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ଘେନିଯିବା ପାଇଁ ଫେରି ନ ଯାଉ । 17 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! 18 କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର । 19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ । 20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି । 21 ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ । 23 କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି । ମନୁଷ୍ୟପୁତ୍ରଙ୍କ ପୁନରାଗମନ
(ମାଥିଉ 24:29-31; ଲୂକ 21:25-28)

24 ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, 25 ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ । 26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ । 27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ । ଡିମ୍ବିରି ବୃକ୍ଷରୁ ଶିକ୍ଷା
(ମାଥିଉ 24:32-35; ଲୂକ 21:29-33)

28 ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; 29 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ । 30 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ । 31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ । ଆଗମନର ଦିନ ଓ ଦଣ୍ଡ ଅଜ୍ଞାତ
(ମାଥିଉ 24:36-44)

32 କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି । 33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ । 34 ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି । 35 ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, 36 ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ । 37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।
1. {#1ମନ୍ଦିର ଧ୍ୱଂସ ବିଷୟରେ ସୂଚନା (ମାଥିଉ 24:1,2; ଲୂକ 21:5,6) } ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ ! 2. ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । 3. {#1ଯୁଗ ଶେଷର ଲକ୍ଷଣ (ମାଥିଉ 24:3-14; ଲୂକ 21:7-19) } ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, 4. ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ । 5. ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ । 6. ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ । 7. ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ । 8. କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର । 9. କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ । 10. ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ । 11. ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି । 12. ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ; 13. ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । 14. {#1ମହା ସଙ୍କଟ କାଳ (ମାଥିଉ 24:15-28; ଲୂକ 21:20-24) } କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ; 15. ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ; 16. ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ଘେନିଯିବା ପାଇଁ ଫେରି ନ ଯାଉ । 17. ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର ! 18. କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର । 19. କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ । 20. ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି । 21. ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା 'ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । 22. ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ । 23. କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି । 24. {#1ମନୁଷ୍ୟପୁତ୍ରଙ୍କ ପୁନରାଗମନ (ମାଥିଉ 24:29-31; ଲୂକ 21:25-28) } ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, 25. ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ । 26. ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ । 27. ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ । 28. {#1ଡିମ୍ବିରି ବୃକ୍ଷରୁ ଶିକ୍ଷା (ମାଥିଉ 24:32-35; ଲୂକ 21:29-33) } ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; 29. ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ । 30. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ । 31. ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ । 32. {#1ଆଗମନର ଦିନ ଓ ଦଣ୍ଡ ଅଜ୍ଞାତ (ମାଥିଉ 24:36-44) } କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି । 33. ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ । 34. ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି । 35. ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି, 36. ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ । 37. ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 1  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 2  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 3  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 4  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 5  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 6  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 7  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 8  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 9  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 10  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 11  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 12  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 13  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 14  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 15  
  • ମାର୍କଲିଖିତ ସୁସମାଚାର ଅଧ୍ୟାୟ 16  
×

Alert

×

Oriya Letters Keypad References