ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14

ବାପ୍ତିଜକ ଯୋହନଙ୍କ ମୃତ୍ୟୁ
(ମାର୍କ 6:14-29; ଲୂକ 9:7-9)

1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ, 2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି । 3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ । 4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ । 5 ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । 6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା । 7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ । 8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ । 9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ । 10 ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ, 11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଁ ନିକଟକୁ ତାହା ନେଇଗଲା । 12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ । ପାଞ୍ଚ ରୁଟି ଦୁଇ ମାଛ
(ମାର୍କ 6:30-44; ଲୂକ 9:10-17; ଯୋହନ 6:1-14)

13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ; 14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ । 15 16 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । 17 ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି । 18 ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ । 19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ । 20 ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ । 21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । ଯୀଶୁଙ୍କ ପାଣି ଉପରେ ଚାଲିବା
(ମାର୍କ 6:45-52; ଯୋହନ 6:15-21)

22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ । 23 ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ । 24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା । 25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, 26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ । 27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ । 28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ । 29 ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ । 30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ । 31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ? 32 ପୁଣି, ସେମାନେ ନୌକାରେ ଚଢ଼ନ୍ତେ ପବନ ଵନ୍ଦ ହେଲା । 33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର । 34 {ଗିନ୍ନେସରତ୍‌ରେ ଯୀଶୁଙ୍କ ‌ସୁସ୍ଥତା ପ୍ରଦାନ
(ମାର୍କ 6:53-56) } ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ ।
35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; 36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ ।
ବାପ୍ତିଜକ ଯୋହନଙ୍କ ମୃତ୍ୟୁ
(ମାର୍କ 6:14-29; ଲୂକ 9:7-9)

1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ, .::. 2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି । .::. 3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ । .::. 4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ । .::. 5 ଆଉ, ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । .::. 6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା । .::. 7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ । .::. 8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ । .::. 9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ । .::. 10 ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ, .::. 11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଁ ନିକଟକୁ ତାହା ନେଇଗଲା । .::. 12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ । .::. ପାଞ୍ଚ ରୁଟି ଦୁଇ ମାଛ
(ମାର୍କ 6:30-44; ଲୂକ 9:10-17; ଯୋହନ 6:1-14)

13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ; .::. 14 ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ । .::. 15 .::. 16 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । .::. 17 ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି । .::. 18 ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ । .::. 19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ । .::. 20 ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ । .::. 21 ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । .::. ଯୀଶୁଙ୍କ ପାଣି ଉପରେ ଚାଲିବା
(ମାର୍କ 6:45-52; ଯୋହନ 6:15-21)

22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ । .::. 23 ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ । .::. 24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା । .::. 25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, .::. 26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ । .::. 27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ । .::. 28 ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ । .::. 29 ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ । .::. 30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ । .::. 31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ? .::. 32 ପୁଣି, ସେମାନେ ନୌକାରେ ଚଢ଼ନ୍ତେ ପବନ ଵନ୍ଦ ହେଲା । .::. 33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର । .::. 34 {ଗିନ୍ନେସରତ୍‌ରେ ଯୀଶୁଙ୍କ ‌ସୁସ୍ଥତା ପ୍ରଦାନ
(ମାର୍କ 6:53-56) } ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ ।
.::. 35 ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; .::. 36 ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ ।
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28  
×

Alert

×

Oriya Letters Keypad References