ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26

ଯୀଶୁଙ୍କ ବିରୁଦ୍ଧରେ ଚକ୍ରାନ୍ତ
(ମାର୍କ 14:1,2; ଲୂକ 22:1,2; ଯୋହନ 11:45-53)

1 ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ, 2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ । 3 ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ, 4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ; 5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ । ବେଥନୀୟାରେ ଯୀଶୁଙ୍କ ଅଭିଷେକ
(ମାର୍କ 14:3-9; ଯୋହନ 12:1-8)

6 ଯୀଶୁ ବେଥନୀୟାରେ କୁଷ୍ଠୀ ଶିମୋନଙ୍କ ଗୃହରେ ଥିବା ସମୟରେ, 7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ । 8 କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି ? 9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାନ୍ତା । 10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି । 11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି । 12 ଆଉ, ସେ ମୋର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି । 13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ । ଯୀଶୁଙ୍କୁ ଧରାଇ ଦେବା ପାଇଁ ଯିହୂଦାର ସମ୍ମତି
(ମାର୍କ 14:10,11; ଲୂକ 22:3-6)

14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କାରିୟୋଥ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, 15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ । 16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା । ଶିଷ୍ୟଙ୍କ ସହ ଭୋଜ ପାଳନ
(ମାର୍କ 14:12-21; ଲୂକ 22:7-13,21-23; ଯୋହନ 13:21-30)

17 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ? 18 ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି । 19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ । 20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ । 21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ । 22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କ'ଣ ମୁଁ ? 23 ସେ ଉତ୍ତର ଦେଲେ, ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ । 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । 25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ । ପ୍ରଭୁଭୋଜ ବିଧି ସ୍ଥାପନ
(ମାର୍କ 14:22-26; ଲୂକ 22:14-20; କରିନ୍ଥୀୟ 11:23-25)

26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର । 27 ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ । 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ । 30 ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ । ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା
(ମାର୍କ 14:27-31; ଲୂକ 22:31-34; ଯୋହନ 13:36-38)

31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ । 32 ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି । 33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ । 34 ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ । 35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ । ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ । 36 {ଗେଥ୍‌ଶିମାନୀରେ ଯୀଶୁଙ୍କ ପ୍ରାର୍ଥନା
(ମାର୍କ 14:32-42; ଲୂକ 22:39-46) } ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ‌୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ । 38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ । 39 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା । 40 ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ ? 41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ । 42 ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ । 43 ପୁଣି, ସେ ଆସି ପୁଣି, ଥରେ ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା । 44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ । 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି । 46 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ । ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ
(ମାର୍କ 14:43-50; ଲୂକ 22:47-53; ଯୋହନ 18:3-12)

47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ । 48 ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ । 49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା । 50 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ । 51 ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ । 52 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ । 53 ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ? 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ? 55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ । ମହାସଭାରେ ଯୀଶୁଙ୍କ ବିଚାର
(ମାର୍କ 14:53-65; ଲୂକ 22:54,55,63-71; ଯୋହନ 18:13,14,19-24)

57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ । 58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କ'ଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ । 59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ, 60 ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ । ଶେଷରେ ଦୁଇ ଜଣ ବାହାରି କହିଲେ, 61 ଏହି ଲୋକଟା କହିଥିଲା, ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ । 62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କ'ଣ ? 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ? 64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ, 66 ଆପଣମାନଙ୍କର ମତ କ'ଣ ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ । 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ, 68 ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା ? ପିତରଙ୍କ ଯୀଶୁଙ୍କୁ ଅସ୍ୱୀକାର
(ମାର୍କ 14:66-72; ଲୂକ 22:56-62; ଯୋହନ 18:15-18,25-27)

69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ । 70 କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କ'ଣ କହୁଛ, ମୁଁ ଜାଣେ ନାହିଁ । 71 ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା । 72 ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । 73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି । 74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । 75 ସେହିକ୍ଷଣି କୁକୁଡ଼ା ଡାକିଲା । ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।
ଯୀଶୁଙ୍କ ବିରୁଦ୍ଧରେ ଚକ୍ରାନ୍ତ
(ମାର୍କ 14:1,2; ଲୂକ 22:1,2; ଯୋହନ 11:45-53)

1 ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ, .::. 2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ । .::. 3 ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ, .::. 4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ; .::. 5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ । .::. ବେଥନୀୟାରେ ଯୀଶୁଙ୍କ ଅଭିଷେକ
(ମାର୍କ 14:3-9; ଯୋହନ 12:1-8)

6 ଯୀଶୁ ବେଥନୀୟାରେ କୁଷ୍ଠୀ ଶିମୋନଙ୍କ ଗୃହରେ ଥିବା ସମୟରେ, .::. 7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ । .::. 8 କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି ? .::. 9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାନ୍ତା । .::. 10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି । .::. 11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି । .::. 12 ଆଉ, ସେ ମୋର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି । .::. 13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ । .::. ଯୀଶୁଙ୍କୁ ଧରାଇ ଦେବା ପାଇଁ ଯିହୂଦାର ସମ୍ମତି
(ମାର୍କ 14:10,11; ଲୂକ 22:3-6)

14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କାରିୟୋଥ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, .::. 15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ । .::. 16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା । .::. ଶିଷ୍ୟଙ୍କ ସହ ଭୋଜ ପାଳନ
(ମାର୍କ 14:12-21; ଲୂକ 22:7-13,21-23; ଯୋହନ 13:21-30)

17 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ? .::. 18 ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି । .::. 19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ । .::. 20 ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ । .::. 21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ । .::. 22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କ'ଣ ମୁଁ ? .::. 23 ସେ ଉତ୍ତର ଦେଲେ, ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ । .::. 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା । .::. 25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ । .::. ପ୍ରଭୁଭୋଜ ବିଧି ସ୍ଥାପନ
(ମାର୍କ 14:22-26; ଲୂକ 22:14-20; କରିନ୍ଥୀୟ 11:23-25)

26 ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର । .::. 27 ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, .::. 28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ । .::. 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ । .::. 30 ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ । .::. ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା
(ମାର୍କ 14:27-31; ଲୂକ 22:31-34; ଯୋହନ 13:36-38)

31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ । .::. 32 ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି । .::. 33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ । .::. 34 ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ । .::. 35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ । ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ । .::. 36 {ଗେଥ୍‌ଶିମାନୀରେ ଯୀଶୁଙ୍କ ପ୍ରାର୍ଥନା
(ମାର୍କ 14:32-42; ଲୂକ 22:39-46) } ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ‌୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
.::. 37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ । .::. 38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ । .::. 39 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା । .::. 40 ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ ? .::. 41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ । .::. 42 ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ । .::. 43 ପୁଣି, ସେ ଆସି ପୁଣି, ଥରେ ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା । .::. 44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ । .::. 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି । .::. 46 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ । .::. ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ
(ମାର୍କ 14:43-50; ଲୂକ 22:47-53; ଯୋହନ 18:3-12)

47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ । .::. 48 ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ । .::. 49 ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା । .::. 50 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ । .::. 51 ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ । .::. 52 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ । .::. 53 ଅଥବା ତୁମ୍ଭେ କ'ଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ ? .::. 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ? .::. 55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; .::. 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି। ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ । .::. ମହାସଭାରେ ଯୀଶୁଙ୍କ ବିଚାର
(ମାର୍କ 14:53-65; ଲୂକ 22:54,55,63-71; ଯୋହନ 18:13,14,19-24)

57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ । .::. 58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କ'ଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ । .::. 59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ, .::. 60 ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ । ଶେଷରେ ଦୁଇ ଜଣ ବାହାରି କହିଲେ, .::. 61 ଏହି ଲୋକଟା କହିଥିଲା, ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ । .::. 62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ ? ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ଏହା କ'ଣ ? .::. 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ? .::. 64 ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । .::. 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ, .::. 66 ଆପଣମାନଙ୍କର ମତ କ'ଣ ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ । .::. 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ, .::. 68 ରେ ଖ୍ରୀଷ୍ଟ, ତୁ ପରା ଭାବବାଦୀ, ଆମ୍ଭମାନଙ୍କୁ କହ ତ, କିଏ ତୋତେ ମାଇଲା ? .::. ପିତରଙ୍କ ଯୀଶୁଙ୍କୁ ଅସ୍ୱୀକାର
(ମାର୍କ 14:66-72; ଲୂକ 22:56-62; ଯୋହନ 18:15-18,25-27)

69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ । .::. 70 କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କ'ଣ କହୁଛ, ମୁଁ ଜାଣେ ନାହିଁ । .::. 71 ପୁଣି, ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା । .::. 72 ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । .::. 73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି । .::. 74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । .::. 75 ସେହିକ୍ଷଣି କୁକୁଡ଼ା ଡାକିଲା । ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28  
×

Alert

×

Oriya Letters Keypad References