ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର

ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3

ବାପ୍ତିଜକ ଯୋହନଙ୍କ ପ୍ରଚାର
(ମାଥିଉ 1:1-8; ଲୂକ 3:1-18; ଯୋହନ 1:6-8,15-34)

1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, 2 "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" 3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।" 4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା । 5 ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ, 6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ । 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ? 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର, 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି । 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ । 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।" ଯୀଶୁଙ୍କ ଜଳଦୀକ୍ଷା ଗ୍ରହଣ
(ମାର୍କ 1:9-11; ଲୂକ 3:21,22; ଯୋହନ 1:31-34)

13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ । 14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ? 15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ । 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ । 17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"
ବାପ୍ତିଜକ ଯୋହନଙ୍କ ପ୍ରଚାର
(ମାଥିଉ 1:1-8; ଲୂକ 3:1-18; ଯୋହନ 1:6-8,15-34)

1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, .::. 2 "ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ ।" .::. 3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, "ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର ।" .::. 4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା । .::. 5 ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ, .::. 6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ । .::. 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ? .::. 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର, .::. 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି । .::. 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ । .::. 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ । .::. 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।" .::. ଯୀଶୁଙ୍କ ଜଳଦୀକ୍ଷା ଗ୍ରହଣ
(ମାର୍କ 1:9-11; ଲୂକ 3:21,22; ଯୋହନ 1:31-34)

13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ । .::. 14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ? .::. 15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ । .::. 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ । .::. 17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27  
  • ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28  
×

Alert

×

Oriya Letters Keypad References