ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 22

ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। *ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? *ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? 2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। 3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ। 4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। 5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, 8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” 9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। 10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। 11 ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ। 12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। 13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି। 14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। 15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। 16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। 17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। 18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। 19 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। 20 ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। 21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। 22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। 23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। 24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। 25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ* ତୁମ୍ଭ କିମ୍ବା ତାହାଙ୍କ ସମ୍ମୁଖରେ ପ୍ରଣାମ କରିବେ। 28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। 29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। 30 ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। 31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। *ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? *ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? .::. 2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। .::. 3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ। .::. 4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। .::. 5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। .::. 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। .::. 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, .::. 8 “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” .::. 9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। .::. 10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। .::. 11 ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ। .::. 12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। .::. 13 ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି। .::. 14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। .::. 15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। .::. 16 କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। .::. 17 ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। .::. 18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। .::. 19 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। .::. 20 ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। .::. 21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। .::. 22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। .::. 23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। .::. 24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। .::. 25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। .::. 26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। .::. 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ* ତୁମ୍ଭ କିମ୍ବା ତାହାଙ୍କ ସମ୍ମୁଖରେ ପ୍ରଣାମ କରିବେ। .::. 28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। .::. 29 ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। .::. 30 ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। .::. 31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References