ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 50

ସତ୍ୟ ଉପାସନା 1 2 *ଆସଫର ଗୀତ। *ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର *କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। *ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି। 3 ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ। 4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ; 5 “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। *ସେଲା 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। 9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। 10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର। 11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର। 12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର। 13 ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ? 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।” 16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ। 18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ। 19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ। 20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ। 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା। 22 ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ। 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
1. {#1ସତ୍ୟ ଉପାସନା } 2. *ଆସଫର ଗୀତ। *ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର *କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। *ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି। 3. ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ। 4. ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ; 5. “ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” 6. ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା] 7. “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, 8. ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। 9. ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ। 10. କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର। 11. ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର। 12. ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର। 13. ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ? 14. ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 15. ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।” 16. ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ? 17. କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ। 18. ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ। 19. ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ। 20. ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ। 21. ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା। 22. ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ। 23. ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References