ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15

ସପ୍ତକ୍ଲେଶଧାରୀ ସପ୍ତ ଦୂତ 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ । 2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି । 3 ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ । 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି । 5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା, 6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ । 7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ । 8 ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।
1. {#1ସପ୍ତକ୍ଲେଶଧାରୀ ସପ୍ତ ଦୂତ } ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ । 2. ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି । 3. ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ । 4. ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି । 5. ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା, 6. ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ । 7. ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ । 8. ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22  
×

Alert

×

Oriya Letters Keypad References