ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ

ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 16

1 ଅନନ୍ତର ଶାମ୍ଶୋନ୍ ଘସାକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା କତିକି ଗଲା । 2 ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା । ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗରଦ୍ଵାରରେ ଛକି ବସିଲେ, ପୁଣି ରାତ୍ରିଯାକ ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ । 3 ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗରଦ୍ଵାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା । 4 ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକି ପ୍ରେମ କଲା, ତାହାର ନାମ ଦଲୀଲା । 5 ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ । 6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ? 7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି । 8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତ; ଆଣି ସେହି ସ୍ତ୍ରୀକି ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା । 9 ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ । ଏଥିରେ ସେ ତାହାକୁ କହିଲା, ଶାମଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ତିଯାଏ, ସେପରି ସେ ସବୁ ତ; ଛିଣ୍ତାଇ ପକାଇଲା । ଏହିରୂପେ ତାହାର ବଳର ତତ୍ତ୍ଵ ଜଣାଗଲା ନାହିଁ । 10 ଏ ଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ? 11 ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ; ହୋଇ ଅନ୍ୟ ଲୋକର ସମାନ ହୋଇଯିବି । 12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ । ଏଥିରେ ସେ ଖଣ୍ତେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ତାଇ ପକାଇଲା । 13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ । ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ । 14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା । 15 ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ । 16 ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା । 17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି । 18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା । ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ; 19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା । ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଳେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା। 20 ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି । ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ । 21 ଏ ଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଆକ୍ଷି ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା । 22 ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା । 23 ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ । କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି । 24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ । କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି । 25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ । ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା । ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ । 26 ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ି ଦିଅ, ମୁଁ ତହିଁ ଉପରେ ଆଉଜିବି । 27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ । 28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ଵର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର । 29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିକି ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକି ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା । 30 ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ । ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା । ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ । 31 ଏଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରୀୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବରସ୍ଥାନରେ ତାହାକୁ କବର ଦେଲେ । ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା ।
1 ଅନନ୍ତର ଶାମ୍ଶୋନ୍ ଘସାକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା କତିକି ଗଲା । .::. 2 ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା । ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗରଦ୍ଵାରରେ ଛକି ବସିଲେ, ପୁଣି ରାତ୍ରିଯାକ ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ । .::. 3 ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗରଦ୍ଵାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା । .::. 4 ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକି ପ୍ରେମ କଲା, ତାହାର ନାମ ଦଲୀଲା । .::. 5 ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା ଦେବୁ । .::. 6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ? .::. 7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି । .::. 8 ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତ; ଆଣି ସେହି ସ୍ତ୍ରୀକି ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା । .::. 9 ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ । ଏଥିରେ ସେ ତାହାକୁ କହିଲା, ଶାମଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ତିଯାଏ, ସେପରି ସେ ସବୁ ତ; ଛିଣ୍ତାଇ ପକାଇଲା । ଏହିରୂପେ ତାହାର ବଳର ତତ୍ତ୍ଵ ଜଣାଗଲା ନାହିଁ । .::. 10 ଏ ଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ? .::. 11 ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ; ହୋଇ ଅନ୍ୟ ଲୋକର ସମାନ ହୋଇଯିବି । .::. 12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ । ଏଥିରେ ସେ ଖଣ୍ତେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ତାଇ ପକାଇଲା । .::. 13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ । ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ । .::. 14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା । .::. 15 ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ । .::. 16 ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା । .::. 17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି । .::. 18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା । ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ; .::. 19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା । ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଳେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା। .::. 20 ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ । ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି । ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ । .::. 21 ଏ ଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଆକ୍ଷି ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା । .::. 22 ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା । .::. 23 ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ । କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି । .::. 24 ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ । କାରଣ ସେମାନେ କହିଲେ, ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି । .::. 25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ । ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା । ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ । .::. 26 ତହୁଁ ଶାମ୍ଶୋନ୍ ଆପଣା ହସ୍ତଧାରୀ ବାଳକକୁ କହିଲା, ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ି ଦିଅ, ମୁଁ ତହିଁ ଉପରେ ଆଉଜିବି । .::. 27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ । .::. 28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ଵର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର । .::. 29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିକି ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକି ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା । .::. 30 ପୁଣି ଶାମ୍ଶୋନ୍ କହିଲା, ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ । ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା । ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ । .::. 31 ଏଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରୀୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବରସ୍ଥାନରେ ତାହାକୁ କବର ଦେଲେ । ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା । .::.
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 1  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 2  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 3  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 4  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 5  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 6  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 7  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 8  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 9  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 10  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 11  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 12  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 13  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 14  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 15  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 16  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 17  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 18  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 19  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 20  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 21  
×

Alert

×

Oriya Letters Keypad References