ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗଣନା ପୁସ୍ତକ

ରେକର୍ଡଗୁଡିକ

ଗଣନା ପୁସ୍ତକ ଅଧ୍ୟାୟ 29

1 ଆଉ ସପ୍ତମ ମାସରେ, ସେହି ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହିଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ଵନିର ଦିନ । 2 ପୁଣି ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁ; ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ; 3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ; 5 ପୁଣି ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ । 6 ଏହି ସମସ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି ବିଧିମତେ ଉଭୟର ପେୟ-ନୈବେଦ୍ୟ, ଛଡ଼ା ଉତ୍ସର୍ଗ କରିବ । 7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; 8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁ; ହେବେ; 9 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା; 11 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ; ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ । 13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁ; ହେବେ । 14 ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ 15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା; 16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 17 ଆଉ ଦ୍ଵିତୀୟ ଦିନରେ ନିଖୁ; ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 18 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 20 ଆଉ ତୃତୀୟ ଦିନରେ ନିଖୁ; ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 21 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 23 ଆଉ ଚତୁର୍ଥ ଦିନରେ ନିଖୁ; ଦଶ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ 24 ଓ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 25 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 26 ଆଉ ପଞ୍ଚମ ଦିନରେ ନିଖୁ; ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 27 ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 28 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 29 ଆଉ ଷଷ୍ଠ ଦିନରେ ନିଖୁ; ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 31 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 32 ଆଉ ସପ୍ତମ ଦିନରେ ନିଖୁ; ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 34 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ । 36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁ; ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, 37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 38 ପୁଣି ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ ଓ ସ୍ଵେଚ୍ଛାଦତ୍ତ ଉପହାର ସମ୍ଵନ୍ଧୀୟ ତୁମ୍ଭମାନଙ୍କ ହୋମବଳି ଓ ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ଛଡ଼ା ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ । 40 ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଲେ, ମୋଶା ସେସମସ୍ତ ଇସ୍ରାଏଲ-ସନ୍ତାନଗଣକୁ କହିଲେ ।
1. ଆଉ ସପ୍ତମ ମାସରେ, ସେହି ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହିଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ଵନିର ଦିନ । 2. ପୁଣି ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁ; ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ; 3. ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 4. ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ; 5. ପୁଣି ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ । 6. ଏହି ସମସ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି ବିଧିମତେ ଉଭୟର ପେୟ-ନୈବେଦ୍ୟ, ଛଡ଼ା ଉତ୍ସର୍ଗ କରିବ । 7. ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; 8. ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁ; ହେବେ; 9. ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ 10. ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା; 11. ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ; ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 12. ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ । 13. ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁ; ହେବେ । 14. ପୁଣି ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ 15. ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା; 16. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 17. ଆଉ ଦ୍ଵିତୀୟ ଦିନରେ ନିଖୁ; ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 18. ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 19. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 20. ଆଉ ତୃତୀୟ ଦିନରେ ନିଖୁ; ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 21. ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 22. ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 23. ଆଉ ଚତୁର୍ଥ ଦିନରେ ନିଖୁ; ଦଶ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ 24. ଓ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 25. ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 26. ଆଉ ପଞ୍ଚମ ଦିନରେ ନିଖୁ; ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 27. ପୁଣି ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 28. ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 29. ଆଉ ଷଷ୍ଠ ଦିନରେ ନିଖୁ; ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 30. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 31. ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 32. ଆଉ ସପ୍ତମ ଦିନରେ ନିଖୁ; ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, 33. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 34. ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 35. ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ । 36. ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁ; ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, 37. ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, 38. ପୁଣି ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ । 39. ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ ଓ ସ୍ଵେଚ୍ଛାଦତ୍ତ ଉପହାର ସମ୍ଵନ୍ଧୀୟ ତୁମ୍ଭମାନଙ୍କ ହୋମବଳି ଓ ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ଛଡ଼ା ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ । 40. ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଲେ, ମୋଶା ସେସମସ୍ତ ଇସ୍ରାଏଲ-ସନ୍ତାନଗଣକୁ କହିଲେ ।
  • ଗଣନା ପୁସ୍ତକ ଅଧ୍ୟାୟ 1  
  • ଗଣନା ପୁସ୍ତକ ଅଧ୍ୟାୟ 2  
  • ଗଣନା ପୁସ୍ତକ ଅଧ୍ୟାୟ 3  
  • ଗଣନା ପୁସ୍ତକ ଅଧ୍ୟାୟ 4  
  • ଗଣନା ପୁସ୍ତକ ଅଧ୍ୟାୟ 5  
  • ଗଣନା ପୁସ୍ତକ ଅଧ୍ୟାୟ 6  
  • ଗଣନା ପୁସ୍ତକ ଅଧ୍ୟାୟ 7  
  • ଗଣନା ପୁସ୍ତକ ଅଧ୍ୟାୟ 8  
  • ଗଣନା ପୁସ୍ତକ ଅଧ୍ୟାୟ 9  
  • ଗଣନା ପୁସ୍ତକ ଅଧ୍ୟାୟ 10  
  • ଗଣନା ପୁସ୍ତକ ଅଧ୍ୟାୟ 11  
  • ଗଣନା ପୁସ୍ତକ ଅଧ୍ୟାୟ 12  
  • ଗଣନା ପୁସ୍ତକ ଅଧ୍ୟାୟ 13  
  • ଗଣନା ପୁସ୍ତକ ଅଧ୍ୟାୟ 14  
  • ଗଣନା ପୁସ୍ତକ ଅଧ୍ୟାୟ 15  
  • ଗଣନା ପୁସ୍ତକ ଅଧ୍ୟାୟ 16  
  • ଗଣନା ପୁସ୍ତକ ଅଧ୍ୟାୟ 17  
  • ଗଣନା ପୁସ୍ତକ ଅଧ୍ୟାୟ 18  
  • ଗଣନା ପୁସ୍ତକ ଅଧ୍ୟାୟ 19  
  • ଗଣନା ପୁସ୍ତକ ଅଧ୍ୟାୟ 20  
  • ଗଣନା ପୁସ୍ତକ ଅଧ୍ୟାୟ 21  
  • ଗଣନା ପୁସ୍ତକ ଅଧ୍ୟାୟ 22  
  • ଗଣନା ପୁସ୍ତକ ଅଧ୍ୟାୟ 23  
  • ଗଣନା ପୁସ୍ତକ ଅଧ୍ୟାୟ 24  
  • ଗଣନା ପୁସ୍ତକ ଅଧ୍ୟାୟ 25  
  • ଗଣନା ପୁସ୍ତକ ଅଧ୍ୟାୟ 26  
  • ଗଣନା ପୁସ୍ତକ ଅଧ୍ୟାୟ 27  
  • ଗଣନା ପୁସ୍ତକ ଅଧ୍ୟାୟ 28  
  • ଗଣନା ପୁସ୍ତକ ଅଧ୍ୟାୟ 29  
  • ଗଣନା ପୁସ୍ତକ ଅଧ୍ୟାୟ 30  
  • ଗଣନା ପୁସ୍ତକ ଅଧ୍ୟାୟ 31  
  • ଗଣନା ପୁସ୍ତକ ଅଧ୍ୟାୟ 32  
  • ଗଣନା ପୁସ୍ତକ ଅଧ୍ୟାୟ 33  
  • ଗଣନା ପୁସ୍ତକ ଅଧ୍ୟାୟ 34  
  • ଗଣନା ପୁସ୍ତକ ଅଧ୍ୟାୟ 35  
  • ଗଣନା ପୁସ୍ତକ ଅଧ୍ୟାୟ 36  
×

Alert

×

Oriya Letters Keypad References